ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ପଲରେ ୩ ଛୁଆ ହାତୀ ଥିବା ଖବର ପାଇ ହିନ୍ଦୋଳ ବନ ବିଭାଗ କର୍ମଚାରୀମାନେ ସ୍ଥାନୀୟ ଲୋକଙ୍କ ସହାୟତାରେ ହାତୀ ଘଉଡ଼ାଇବା କାର୍ଯ୍ୟରେ ଲାଗି ପଡ଼ିଛନ୍ତି। ହାତୀଙ୍କ ଯୋଗୁ ମହୀଧରପୁର, ତଳମୂଳ, କାଳୁହୁଣ୍ଡ ଅଞ୍ଚଳରେ ବହୁ ଫସଲ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ଦେବାକୁ ବନ ବିଭାଗ ନିକଟରେ ଚାଷୀମାନେ ଦାବି କରିଛନ୍ତି। ବନ ବିଭାଗର ସୂଚନା ଅନୁଯାୟୀ, ଏହି ହାତୀପଲ ଢେଙ୍କାନାଳ ଜିଲାଆଡ଼ୁ ଆସି ପାଟଲା, ତଳମୂଳ, ମହୀଧରପୁର ନିକଟରେ ଥିବା କାଳିଲଙ୍ଗା ଆମ୍ବତୋଟା ଦେଇ ଧାନ ବିଲକୁ ପଶିଥିଲେ। ସନ୍ଧ୍ୟା ସୁଦ୍ଧା ହାତୀସବୁ ମହୀଧରପୁର ବନ୍ଧ ନିକଟରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri