ପଶ୍ଚିମବଙ୍ଗରୁ ଫେରିଥିବା ୧୧ ପୁନରୁଦ୍ଧାରକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୧ ପୁନରୁଦ୍ଧାରକାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୪୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୫ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୧୫୧୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୧୪୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।