Posted inଜାତୀୟ

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଦଳ ଓ କଂଗ୍ରେସ ସମର୍ଥନ କରିଛି। ପଶ୍ଚିମବଙ୍ଗରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ଏହି ବନ୍ଦ ଯୋଗୁ ଗାଡି ଓ ରେଳ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଜନସାଧାରଣଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିସହ ସ୍ଥାନେ ସ୍ଥାନେ ହିଂସାକାଣ୍ଡ ଘଟିଥିବା ଦେଖାଦେଇଛି। ପୂର୍ବ ବର୍ଦ୍ଦଓ୍ବାନ ଜିଲାର ବିଭିନ୍ନ ସ୍ଥାନରେ ପ୍ରଦର୍ଶନକାରୀମାନେ ଟାୟାର ଚାଳି ରାସ୍ତାରୋକୋ କରିଥିବା ବେଳେ ପୂର୍ବ ମେଦିନାପୁର ଜିଲାରେ ବସ୍‌ ଉପରକୁ ପଥରମାଡ କରାଯାଇଛି। ପରିସ୍ଥିତିକୁ ଆୟତ୍ତ କରିବାକୁ ଯାଇ ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ କେତେକ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସେହିପରି ଦମ୍‌ଦମ୍‌ ତଥା ଲେକ୍‌ ଟାଉନ୍‌ ଅଞ୍ଚଳରେ ବାମପନ୍ଥୀ ସମର୍ଥକ ଓ ତୃଣମୂଳ କଂଗ୍ରେସ ସମର୍ଥକ ମୁହାଁମୁହିଁ ହେବା ପରେ ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳକୁ ବ୍ୟାପକ ପୋଲିସ ଫୋର୍ସ ପଠାଯାଇଥିଲା। ଏନେଇ ସ୍ଥାନୀୟ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri