Posted inଜାତୀୟ

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଜାରି ହେଲେ ଲାଭ ସହିତ କ୍ଷତି ବି ସହିବ ଭାଜପା !

ନୂଆଦିଲ୍ଲୀ,୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକୁ ନେଇ କେନ୍ଦ୍ର ସରକାର ଏଠାରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚିନ୍ତା କରୁଥିବା କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ରାଜ୍ୟରେ ରାଷ୍ଟ୍ରପତିି ଶାସନ ଜାର ହେଲେ ଭାଜପାକୁ ଫାଇଦା ମିଳିବା ସହିତ ବିପକ୍ଷ ଦଳର ସାମନା ମଧ୍ୟ କରିବାକୁ ପଡ଼ିବ। ଫଳରେ ଭାଜପା ଲାଭ ସହିତ କ୍ଷତି ମଧ୍ୟ ସହିବ।ଏଠାରେ ଲୋକ ସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରିଛି। ମାତ୍ର ବିଧାନସଭା ନିର୍ବାଚନ ଏଠାରେ ୨୦୨୧ରେ ହେବ। ତେବେ ଭାଜପା ହାଓ୍ବା ଥିବା ସମୟରେ ରାଜ୍ୟରେ କ୍ଷମତା ହାତେଇବା ଲାଗି ଉଦ୍ୟମ କରୁଥିବା କୁହାଯାଉଛି। ସାମ୍ବିଧାନିକ ଧାରା ୩୫୬ ଅନ୍ତର୍ଗତ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରାଯାଇପାରେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ୨୦୧୬ ମାର୍ଚ୍ଚରେ ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ଜାରି କରି କଂଗ୍ରେସର ହରିଶ ରାଓ୍ବତ୍‌ ସରକାରଙ୍କୁ ବରଖାସ୍ତ କରିଥିଲେ। ତେବେ ପରବର୍ତ୍ତୀ ସମୟରେ ଉତ୍ତରାଖଣ୍ଡ ହାଇକୋର୍ଟ ଏହାକୁ ଭୁଲ୍‌ ଦର୍ଶାଇଥିଲେ। ସେହିପରି ସୁପ୍ରିମ୍‌କୋର୍ଟରେ ମଧ୍ୟ କେନ୍ଦ୍ର ସରକାରଙ୍କ ପରାଜୟ ହୋଇଥିଲା। ଅପରପକ୍ଷରେ ଦ୍ୱିତୀୟଥର ପାଇଁ ମୋଦି ସରକାର ଅରୁଣାଚଳପ୍ରଦେଶରେ ରାଷ୍ଟ୍ରପତି ଶାସନ ଜାରି ପାଇଁ ଉଦ୍ୟମ କରିଥିଲେ। ଏହାକୁ ୨୦୧୬ ଜୁଲାଇ ୧୩ରେ ସୁପ୍ରିମ୍‌ କୋର୍ଟ ଖାରଜ କରିଦେଇଥିଲେ। ଏବେ ମୋଦି ସରକାର ପଶ୍ଚିମବଙ୍ଗରେ ଏଭଳି ଉଦ୍ୟମ ଆରମ୍ଭ କରୁଥିବା କୁହାଯାଉଛି। ତେବେ ଏହାଦ୍ୱାରା ଭାଜପାର ଲାଭ ସହିତ କ୍ଷତି ମଧ୍ୟ ହେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବ ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri