Posted inଜାତୀୟ

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ। ଏବେ ସ୍ଲୋଗାନକୁ ନେଇ ଦୁଇ ଦଳ ମୁହାଁମୁହିଁ ହୋଇଛନ୍ତି। ଭାଜପାର ଜୟ ଶ୍ରୀରାମ ସ୍ଲୋଗାନକୁ ଟିଏମ୍‌ସି କର୍ମୀ ଜୟ ହିନ୍ଦ୍‌ ଏବଂ ଜୟ ବଙ୍ଗଳା ସ୍ଲୋଗାନ ଦ୍ୱାରା ପ୍ରତିହତ କରିବେ ବୋଲି ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ଏବେ ରାମଙ୍କ ପରେ ହିନ୍ଦୁ ଦେବୀ ମା’ କାଳୀଙ୍କୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଅସ୍ତ୍ର କରିଛି। ଫଳରେ ସେଠାରେ ଦେଖାଦେଇଛି ସ୍ଲୋଗାନ ଯୁଦ୍ଧ। ଭାଜପା ପଶ୍ଚିମବଙ୍ଗକୁ ଉତ୍ତର ଭାରତୀୟ ସଂସ୍କୃତି ଆଣୁଥିବା ଟିଏମ୍‌ସି ଅଭିଯୋଗ କରିଛି। ପଶ୍ଚିମବଙ୍ଗର ସବୁଠୁ ଲୋକପ୍ରିୟ ଦେବୀଙ୍କ ପ୍ରଶଂସାରେ ଭାଜପା ନେତାମାନେ ଜୟ ମା’ କାଳୀ ସ୍ଲୋଗାନ ଦେଇପାରିବେ କି ବୋଲି ଟିଏମ୍‌ସି ନେତାମାନେ ସେମାନଙ୍କୁ ପଚାରିବାକୁ ମମତା କହିଛନ୍ତି।
ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ଦାୟିତ୍ୱରେ ଥିବା ଭାଜପା ରାଷ୍‌ରୀୟ ସାଧାରଣ ସମ୍ପାଦକ କୈଳାସ ବିଜୟଭର୍ଗୀୟ କହିଛନ୍ତି, ମା’ କାଳୀଙ୍କ ନାଁରେ ସ୍ଲୋଗାନ ଦେବାରେ ଆମର ଅସୁବିଧା କେଉଁଠି। ଆମେ ଜୟ ମା’ କାଳୀ, ଜୟ ବଙ୍ଗଳା, ଜୟ ଦୁର୍ଗା ସହିତ ଜୟ ଶ୍ରୀରାମ କହିବୁ ବୋଲି ସେ କହିଛନ୍ତି। ଜୟ ହିନ୍ଦ୍‌ ଉଚ୍ଚାରଣ କରିବାରେ ଆମେ ଗର୍ବ ଅନୁଭବ କରିବୁ ବୋଲି ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri