Posted inଜାତୀୟ

ପଶ୍ଚିମବଙ୍ଗ ଉପନିର୍ବାଚନ:ଟିଏମ୍‌ସି ୩ ଆସନ ପୋଛିନେଲା

କୋଲକାତା, ୨୯।୧୧:ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଲାଗି ହୋଇଥିବା ଉପନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବାଜିମାରିଛି। ସମସ୍ତ ୩ ଆସନରେ ଟିଏମ୍‌ସିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କାଳିଆଗଞ୍ଜରେ ଟିଏମ୍‌ସି ପ୍ରାର୍ଥୀ ତପନ ଦେବ ସିହ୍ନା ଭାଜପା ପ୍ରାର୍ଥୀ କମଲ ଚନ୍ଦ୍ର ସର୍କାରଙ୍କୁ ୨,୪୧୮ ଭୋଟରେ ପରାସ୍ତ କରିଛନ୍ତି। ସେହିଭଳି ଖଡ଼ଗପୁର ସଦର ଆସନରେ ଟିଏମ୍‌ସି ପ୍ରାର୍ଥୀ ପ୍ରଦୀପ ସର୍କାର ଭାଜପାର ପ୍ରେମଚନ୍ଦ୍ର ଝାଙ୍କୁ ୨୦,୮୧୧ ଭୋଟରେ ପରାସ୍ତ କରିଛନ୍ତି। ଅନୁରୂପ ଭାବେ କରିମ୍‌ପୁରରେ ଟିଏମ୍‌ସିର ବିମଳେନ୍ଦୁ ସିହ୍ନା ରୟ ଭାଜପା ଉପସଭାପତି ଜୟପ୍ରକାଶ ମଜୁମ୍‌ଦାରଙ୍କୁ ୨୩,୬୫୦ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ଭାଜପା ପ୍ରଦେଶ ଅଧ୍ୟକ୍ଷ ଦିଲୀପ ଘୋଷ ପୂର୍ବରୁ ଖଡ଼ଗପୁର ବିଧାୟକ ଥିଲାବେଳେ ମିଦ୍‌ନାପୁର ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ଏଥିଲାଗି ଏଠାରେ ଉପନିର୍ବାଚନ କରାଯାଇ ଥିବାବେଳେ ଭାଜପାକୁ ଜୋର୍‌ଦାର ଝଟକା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri