Posted inଜାତୀୟ

ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍‌ ଆସନ ବୁଝାମଣା

କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍‌) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା ଓ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ଅଭିଯାନରେ ରୋକ୍‌ ଲଗାଇବାକୁ ୩ ବିଧାନସଭା ଆସନରେ ଏକାଠି ଲଢ଼ିବା ଲାଗି କଂଗ୍ରେସ ଓ ସିପିଆଇ(ଏମ୍‌)ର ରାଜ୍ୟ ନେତୃତ୍ୱ ଏକ ବୈଠକରେ ନିଷ୍ପତ୍ତି ନେଇଛନ୍ତି। ତଦନୁଯାୟୀ କଂଗ୍ରେସ ଉତ୍ତର ଦିନାଜପୁର ଜିଲାର କାଳିଆଗଞ୍ଜ ଏବଂ ପଶ୍ଚିମ ମିଦନାପୁର ଜିଲାର ଖଡଗପୁର ଆସନରେ ନିର୍ବାଚନ ଲଢ଼ିବାକୁ ଥିବାବେଳେ ସିପିଆଇ(ଏମ୍‌) ନେତୃତ୍ୱାଧୀନ ବାମ ସାମ୍ମୁଖ୍ୟ ନଦୀୟା ଜିଲାର କରିମ୍‌ପୁର ଆସନରେ ପ୍ରାର୍ଥୀ ଦେବ। ଏହି ମେଣ୍ଟ ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିବ। ଆମେ ସାମ୍ପ୍ରଦାୟିକ ଦଳ ଭାଜପା ଓ ଟିଏମ୍‌ସିକୁ ପରାଜିତ କରିବୁ ବୋଲି ପଶ୍ଚିମବଙ୍ଗ କଂଗ୍ରେସ ସଭାପତି ସୋମେନ ମିତ୍ର କହିଛନ୍ତି। କଂଗ୍ରେସ ବିଧାୟକ ପ୍ରମଥନାଥ ରାୟଙ୍କ ପରଲୋକ ପରେ କାଳିଆଗଞ୍ଜ ଆସନ ଖାଲିପଡିଥିବାବେଳେ ଖଡଗପୁରର ଭାଜପା ବିଧାୟକ ଦିଲୀପ ଘୋଷ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଟିଏମ୍‌ସି ବିଧାୟକ ମହୁଆ ମୈତ୍ର କ୍ରିଷ୍ଣନଗର ଆସନରୁ ଲୋକ ସଭାକୁ ନିିର୍ବାଚିତ ହୋଇଥିବାରୁ କରିମନଗର ଆସନ ଖାଲିପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri