ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଅଗ୍ନିଶମ ବିଭାଗର ୩୦ଟି ଟିମ ଏବଂ ଓଡ୍ରାଫ୍‌ର ୧୦ଟି ୟୁନିଟ୍‌ ଶନିବାର ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି। ମୁଖ୍ୟ ଅଗ୍ନିଶମ ଅଧିକାରୀ ତଥା ଓଏଫଡିଆରଏ ନିର୍ଦ୍ଦେଶକ ମହେଶ୍ୱର ସ୍ବାଇଁ ଅଗ୍ନିଶମ ଟିମ୍‌ର ନେତୃତ୍ୱ ନେଉଥିବା ବେଳେ ଡେପୁଟି କମାଣ୍ଡାଣ୍ଟ କାହ୍ନୁଚରଣ ହାଁସଦା ଓଡ୍ରାଫ ୟୁନିଟ୍‌ର ନେତୃତ୍ୱ ନେଉଛନ୍ତି।
ରାତି ପ୍ରାୟ ଗୋଟାଏ ବେଳେ ସ୍ଥାନୀୟ ଫକୀରମୋହନ ଗୋଲେଇରେ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିବା ସହିତ ଟିମ୍‌ ସଦସ୍ୟମାନଙ୍କୁ ଶୁଭକାମନା।  ଅଗ୍ନିଶମ ବିଭାଗ ଟିମ୍‌ରେ ଫାୟାରମ୍ୟାନ, କର୍ମଚାରୀ ଓ ଅଧିକାରୀମାନଙ୍କୁ ମିଶାଇ ପ୍ରାୟ ୩୫୦ଜଣ ସଦସ୍ୟ ରହିଥିବା ବେଳେ ଓଡ୍ରାଫ ଟିମ୍‌ରେ ପ୍ରାୟ ୨୫୦ଜଣ ସଦସ୍ୟ ରହିଛନ୍ତି। ପେଟ୍ରୋଲ ଚାଳିତ ଯାନ୍ତ୍ରିକ ସରଞ୍ଜାମ, ଆସ୍କା ଲାଇଟ, ଜେନେରେଟର, ଗଛ ଓ ଇଲେକ୍ଟ୍ରିପୋଲ କଟିଂ ମେଶିନ, ସର୍ଚ୍ଚ ଲାଇଟ ସମେତ ଅନ୍ୟାନ୍ୟ ଅତ୍ୟାଧୁନିକ ଉପକରଣକୁ ସାଙ୍ଗରେ ନେଇ ଏହି ଟିମ ଉଦ୍ଧାର କାର୍ଯ୍ୟରେ ସାମିଲ ହେବେ। ମୁଖ୍ୟତଃ ରାସ୍ତା ସଫା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଏହି ଟିମ ନିୟୋଜିତ ହେବେ ବୋଲି ଜଣାପଡିଛି ।  ବିଗତ ଦିନରେ ଓଡିଶାରେ ହୋଇଥିବା ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଭିଜ୍ଞତାକୁ ପାଥେୟ କରି ଏହି ଟିମ୍‌ ସଦସ୍ୟମାନେ ସଫଳତାର ସହ ସେମାନଙ୍କ କାର୍ଯ୍ୟଦକ୍ଷତା ପ୍ରମାଣିତ କରିବେ ବୋଲି ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଆଶା ପୋଷଣ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri