ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୪।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି ଓଡିଶା ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଅଗ୍ନିଶମ ବିଭାଗର ୩୦ଟି ଟିମ ଏବଂ ଓଡ୍ରାଫ୍‌ର ୧୦ଟି ୟୁନିଟ୍‌ ଶନିବାର ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି ା ମୁଖ୍ୟ ଅଗ୍ନିଶମ ଅଧିକାରୀ ତଥା ଓଏଫଡିଆରଏ ନିର୍ଦ୍ଦେଶକ ମହେଶ୍ୱର ସ୍ବାଇଁ ଅଗ୍ନିଶମ ଟିମ୍‌ର ନେତୃତ୍ୱ ନେଉଥିବା ବେଳେ ଡେପୁଟି କମାଣ୍ଡାଣ୍ଟ କାହ୍ନୁଚରଣ ହାଁସଦା ଓଡ୍ରାଫ ୟୁନିଟ୍‌ର ନେତୃତ୍ୱ ନେଉଛନ୍ତି ା
ରାତି ପ୍ରାୟ ଗୋଟାଏ ବେଳେ ସ୍ଥାନୀୟ ଫକୀରମୋହନ ଗୋଲେଇରେ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିବା ସହିତ ଟିମ୍‌ ସଦସ୍ୟମାନଙ୍କୁ ଶୁଭକାମନା ଜଣାଇଥିଲେ ା ଅଗ୍ନିଶମ ବିଭାଗ ଟିମ୍‌ରେ ଫାୟାରମ୍ୟାନ, କର୍ମଚାରୀ ଓ ଅଧିକାରୀମାନଙ୍କୁ ମିଶାଇ ପ୍ରାୟ ୩୫୦ଜଣ ସଦସ୍ୟ ରହିଥିବା ବେଳେ ଓଡ୍ରାଫ ଟିମ୍‌ରେ ପ୍ରାୟ ୨୫୦ଜଣ ସଦସ୍ୟ ରହିଛନ୍ତି ା ପେଟ୍ରୋଲ ଚାଳିତ ଯାନ୍ତ୍ରିକ ସରଞ୍ଜାମ, ଆସ୍କା ଲାଇଟ, ଜେନେରେଟର, ଗଛ ଓ ଇଲେକ୍ଟ୍ରିପୋଲ କଟିଂ ମେଶିନ, ସର୍ଚ୍ଚ ଲାଇଟ ସମେତ ଅନ୍ୟାନ୍ୟ ଅତ୍ୟାଧୁନିକ ଉପକରଣକୁ ସାଙ୍ଗରେ ନେଇ ଏହି ଟିମ ଉଦ୍ଧାର କାର୍ଯ୍ୟରେ ସାମିଲ ହେବେ। ମୁଖ୍ୟତଃ ରାସ୍ତା ସଫା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଏହି ଟିମ ନିୟୋଜିତ ହେବେ ବୋଲି ଜଣାପଡିଛି ା ବିଗତ ଦିନରେ ଓଡିଶାରେ ହୋଇଥିବା ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଭିଜ୍ଞତାକୁ ପାଥେୟ କରି ଏହି ଟିମ୍‌ ସଦସ୍ୟମାନେ ସଫଳତାର ସହ ସେମାନଙ୍କ କାର୍ଯ୍ୟଦକ୍ଷତା ପ୍ରମାଣିତ କରିବେ ବୋଲି ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଆଶା ପୋଷଣ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri