Posted inଜାତୀୟ

ପଶ୍ଚିମବଙ୍ଗ ହିଂସା: ମୋଦିଙ୍କୁ ରିପୋର୍ଟ ଦେବେ ରାଜ୍ୟପାଳ

କୋଲକାତା, ୯।୬: ପଶ୍ଚିମବଙ୍ଗରେ ଚାଲିଥିବା ରାଜନୈତିକ ହିଂସା ଥମିବାର ନାଁ ନେଉନି। ରାଜ୍ୟରେ ପ୍ରତିଦିନ ତୃଣମୂଳ କଂଗ୍ରେସ(ଟିଏମସି) ଏବଂ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ କେଉଁଠି ନା କେଉଁଠି ଗଣ୍ଡଗୋଳ ଲାଗିବାର ଖବର ଆସୁଛି। ଗଣ୍ଡଗୋଳରେ ଉଭୟ ଭାଜପା ଏବଂ ଟିଏମସିର ବହୁ କାର୍ଯ୍ୟକର୍ତ୍ତାଙ୍କୁ ପ୍ରାଣ ମଧ୍ୟ ଗଲାଣି। ଏଭଳି ପରିସ୍ଥିତିରେ ବସିରହାଟ ନିର୍ବାଚନମଣ୍ଡଳୀର ଧନୀପରା ଗାଁରେ ସଂଘଟିତ ହିଂସାକାଣ୍ଡ ବାବଦରେ ପଶ୍ଚିମବଙ୍ଗ ସରକାରଙ୍କୁ ରିପୋର୍ଟ ତଲବ କରିଛି ଗୃହ ମନ୍ତ୍ରଣାଳୟ। ଏହି ଘଟଣାରେ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପକୁ ନେଇ ଟିଏମସି ପକ୍ଷରୁ କୁହାଯାଇଛି ଯେ, ଏହା ପଶ୍ଚିମବଙ୍ଗ ସରକାରଙ୍କର ସମ୍ପୂର୍ଣ୍ଣ ଆଭ୍ୟନ୍ତରୀଣ ମାମଲା। ଆଇନ ଶୃଙ୍ଖଳା ରାଜ୍ୟସ୍ତରୀୟ ପ୍ରସଙ୍ଗ। ଭାଜପା ଜିତିବା ପାଇଁ ହିଂସାକାଣ୍ଡ ଘଟାଉଛି ବୋଲି ଟିଏମସି କହିଛି। ସୂଚନାଯୋଗ୍ୟ, ବସିରହାଟ ଘଟଣାରେ ଜଣେ ଟିଏମସି କର୍ମୀ ଏବଂ ୨ ଜଣ ଭାଜପା କର୍ମୀଙ୍କର ହତ୍ୟା ହୋଇଥିଲା। ଏହି ହତ୍ୟାକାଣ୍ଡରେ ଟିଏମସିର ହାତ ରହିଛି ବୋଲି ଭାଜପା ଦାବି କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri