ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁର ଆଦି ଜିଲାରେ ଧାନ ବିକ୍ରି ହୋଇ ନ ପାରି ଗଜା ହୋଇଗଲାଣି। ସରକାର ତୁରନ୍ତ ଧାନ କିଣିବାକୁ ବ୍ୟବସ୍ଥା କରନ୍ତୁ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଦାବି କହିଛନ୍ତି।
ଶୂନ୍ୟକାଳରେ ଧାନର ଅଭାବୀ ବିକ୍ରିକୁ ନେଇ ପ୍ରଦୀପ୍ତ ଉଦ୍‌ବେଗ ପ୍ରକାଶ କରିଥିଲେ। ସେ କହିଥିଲେ ଯେ, ମିଲର ଓ ଅଫିସରମାନଙ୍କ ସହ ବିଧାୟକମାନେ ମିଶିଯାଉଛନ୍ତି। ଆମ କଥା ବିଧାୟକମାନେ ଉଠାଉ ନାହାନ୍ତି ବୋଲି ଚାଷୀ ଅଭିଯୋଗ କଲେଣି। ଆମେ ଜନପ୍ରତିନିଧି ଚାଷୀମାନଙ୍କ ସମସ୍ୟା ସମାଧାନ କରିପାରୁ ନାହୁଁ। କୁଇଣ୍ଟାଲ ପିଛା ୪ରୁ ୧୧ କେଜି ଧାନ କଟାଯାଉଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫ ଟଙ୍କିଆ ଆହାର ଖାଇବାକୁ ଦେଇଦେଲେ ରାଜ୍ୟର ଉନ୍ନତି ହେବ ନାହିଁ। ଚାଷୀଙ୍କ ସମସ୍ୟା ବୁଝିବାକୁ ହେବ। ସେମାନଙ୍କ ଧାନ କିପରି ବିକ୍ରି ହେବ ସେ ନେଇ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ବିରୋଧୀ ଦଳ ନେତା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ଅନୁରୋଧ କରିଥିଲେ।
ଭାଜପା ସଭ୍ୟ ଜୟନାରାୟଣ ମିଶ୍ର ମଧ୍ୟ ଧାନର ଅଭାବୀ ବିକ୍ରିକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ କହିଥିଲେ ଯେ, ଧାନ ବର୍ଷା ଯୋଗୁ ବେରଙ୍ଗ ହେବା ସହିତ ଆର୍ଦ୍ରତା ବଢ଼ିଗଲାଣି। ତୁରନ୍ତ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ ଦେଇ ଚାଷୀଙ୍କଠାରୁ ଧାନ କିଣନ୍ତୁ ବୋଲି ସେ ଦାବି କରିଥିଲେ। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ କହିଥିଲେ ଯେ, ଗତ ବର୍ଷରୁ ଧାନ ବିକିଥିବା ଚାଷୀମାନେ ଏ ପର୍ଯ୍ୟନ୍ତ ଟଙ୍କା ପାଇ ନାହାନ୍ତି। ସରକାର ଏ ଦିଗରେ ପଦକ୍ଷେପ ନେବା ଦରକାର। ବିରୋଧୀ ଦଳ ନେତାଙ୍କ ଉଦ୍‌ବେଗକୁ ଦେଖି ବାଚସ୍ପତି ପାତ୍ର ଏଥିପ୍ରତି ଦୃଷ୍ଟି ଦେବା ପାଇଁ ସମବାୟ ବିଭାଗ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri