ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍‌ଆର୍‌ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍‌

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ଆଣିବା ଏବଂ କ୍ଷତିଗ୍ରସ୍ତ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା ନେଇ ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂହଦେଓଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସଙ୍ଗୀତା କହିଛନ୍ତି ଯେ, ଏବେ ସୃଷ୍ଟି ହୋଇଥିବା ବନ୍ୟାରେ ପାଖାପାଖି ୫୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁ ହରିଶଙ୍କରଠାରେ ମାଟି ଅତଡା ଧସି ଯିବା ଯୋଗୁ ବ୍ୟାପକ କ୍ଷତି ହୋଇଛି ା ଅନେକ ଲୋକ ଏବେ ମଧ୍ୟ ପାଣି ଘେରରେ ଅଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରିବାର ଆବଶ୍ୟକତା ଅଛି। ପ୍ରଭାବିତ ଜିଲାଗୁଡ଼ିକୁ ଉଦ୍ଧାର ବୋଟ ଦେବାର ତୁରନ୍ତ ଆବଶ୍ୟକତା ରହିଛି। ସେହିପରି ପ୍ରଭାବିତ ଲୋକମାନଙ୍କୁ ରିଲିଫ ଖାଦ୍ୟ ପହଞ୍ଚାଇବାର ଆବଶ୍ୟକତା ରହିଛି।ସେହିପରି ବନ୍ୟା ପରବର୍ତ୍ତୀ ସମୟରେ ସୃଷ୍ଟି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାକୁ ମୁକାବିଲା କରିବା ପାଇଁ ତୁରନ୍ତ ଚିକିତ୍ସା ଟିମ୍‌ ଯିବାର ଆବଶ୍ୟକତା ଅଛି। ଏସଡିଆର୍‌ଏଫ୍‌ ଟିମ୍‌ ପଠାଇ ରିଲିଫ କାର୍ଯ୍ୟ ତ୍ୱରାନ୍ବିତ କରାଯାଉ। ଏ ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନ ତୁରନ୍ତ ପଦକ୍ଷେପ ନିଅନ୍ତୁ। ସେହିପରି ଏହି ପ୍ରତିନିଧି ଦଳ ସଚିବାଳୟ ଯାଇ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ଏହି ପ୍ରତିନିଧି ଦଳରେ ବରିଷ୍ଠ ନେତା ମନମୋହନ ସାମଲ ଓ କନକ ବର୍ଦ୍ଧନ ସିଂହଦେଓ, ଉପସଭାପତି ସମୀର ମହାନ୍ତି, ସାଧାରଣ ସମ୍ପାଦକ ଭୃଗୁବକ୍ସି ପାତ୍ର ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri