ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ ନେଇ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ ମଙ୍ଗଳବାର ଏହାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। ସମ୍ବଲପୁରକୁ ଯେଉଁ ଆଇନଜୀବୀ ମାମଲା ଲଢ଼ିବା ପାଇଁ ଯିବେ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ହାଇକୋର୍ଟ ସମ୍ବଲପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ପଶ୍ଚିମ ଓଡିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା। ଏହି ବନ୍ଦ ଡାକରା ପାଇଁ ଜିଲାର ଅନେକ ସରକାରୀ କାର୍ଯ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ଏହାକୁ ବିରୋଧ କରି ଆବେଦନକାରୀ ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀ ମହାନ୍ତି ନିଜେ ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri