ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆକ୍ସନ କମିଟି ଓ ଜିଲା ଓକିଲ ସଂଘ ପକ୍ଷରୁ ଧାରଣା ଦିଆଯାଇଛି । ବନ୍ଦ ପାଳନ ଯୋଗୁ ସରକାରୀ, ବେସରକାରୀ ଅଫିସ, ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ସ୍କୁଲ, କଲେଜ ବନ୍ଦ ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଛି ।