ପଶ୍ଚିମ ଓଡ଼ିଶା ବନ୍ଦ ମାମଲା:ଗୁମର ଖୋଲିଦେଲା ଆୟକର ବିଭାଗ, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଆଦେଶ

କଟକ ଅଫିସ, ୪ା୧୨:ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପରେ ବି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରାଇଥିଲେ। ମାତ୍ର ଏହି ଆନ୍ଦୋଳନ ଯୋଗୁ ସରକାରୀ କାର୍ଯ୍ୟାଳୟଗୁଡ଼ିକ କିଭଳି ବାଧାପ୍ରାପ୍ତ ହେଉଛି ତାହାର ଗୁମର ଆୟକର ବିଭାଗ ଖୋଲିଦେଇଛି। ହାଇକୋର୍ଟରେ ରୁଜୁ ହୋଇଥିବା ଉକ୍ତ ମାମଲାରେ ମଙ୍ଗଳବାର ଆୟକର ବିଭାଗ ପକ୍ଷଭୁକ୍ତ ହେବା ସହିତ ସତ୍ୟପାଠ ଦାଖଲ କରିଛି। ଆୟକର ବିଭାଗ ପକ୍ଷରୁ କୁହାଯାଇଛି, ଆନ୍ଦୋଳନ ଯୋଗୁ ସମ୍ବଲପୁରରେ ଥିବା ଆୟକର ଶାଖା କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ଅଚଳ ହୋଇଯାଇଛି। କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେଇପାରୁନାହାନ୍ତି। ଏଭଳି ପରିସ୍ଥିତି ଯୋଗୁ ଆୟକରଦାତାମାନେ ଆୟକର ଦାଖଲ କରିବାରେ ସମସ୍ୟା ଭୋଗୁଛନ୍ତି। ଆୟକର ବିଭାଗ ସତ୍ୟପାଠରେ ଉପରୋକ୍ତ ସମସ୍ୟା ଉଲ୍ଲେଖ କରିବା ପରେ ହାଇକୋର୍ଟ ଏ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ସ୍ଥିତି ସମ୍ପର୍କରେ ଆସନ୍ତା ୧୦ ତାରିଖ ସୁଦ୍ଧା ଜଣାଇବାକୁ କୋର୍ଟ ପକ୍ଷରୁ ସରକାରଙ୍କୁ ଆଦେଶ ଦିଆଯାଇଛି। ସୂଚନାଥାଉ କି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ଚାଲିଛି। ଏଥିଯୋଗୁ ସେଠାରେ ଅଧିକାଂଶ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଛି। ଏହାକୁ ନେଇ ଆଡ୍‌ଭୋକେଟ ଶିବଶଙ୍କର ମହାନ୍ତି ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ମାମଲାର ପୂର୍ବ ଶୁଣାଣି ସମୟରେ ହାଇକୋର୍ଟ କହିଥିଲେ, ଆଇନଜୀବୀମାନେ ସେଠାରେ ଆନ୍ଦୋଳନ କରୁଛନ୍ତି। ମାତ୍ର ଯେଉଁ ଆଇନଜୀବୀ କୋର୍ଟକୁ ଯିବାକୁ ଚାହୁଁଛନ୍ତି, ସେମାନଙ୍କୁ ସୁରକ୍ଷା ଯୋଗାଇଦେବା ପାଇଁ ହାଇକୋର୍ଟ ସମ୍ବଲପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଉକ୍ତ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri