Posted inରାଜ୍ୟ

ପୁରୀରେ ପହଁଚିଲା ନବମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩୦ା୪: କରୋନା ପାଇଁ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଶଙ୍କା ଭିତରକୁ ଠେଲି ହୋଇଯାଇଛି। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଗୁରୁବାର ପୁରୀରେ ପହଞ୍ଚତ୍ଛି ନବମ ପର୍ଯ୍ୟାୟ ରଥକାଠ। ବୌଦ୍ଧ ବନଖଣ୍ଡରୁ ଏକ ଟ୍ରେଲର ଯୋଗେ ୪୦ ଫୁଟିଆ ୨୭ ଖଣ୍ଡ ଅସନ ଓ ଧଉରା କାଠ ଆସିଛି। ଏଥିରେ ୧୦ ଖଣ୍ଡ ଧଉରା ଓ ୧୭ ଖଣ୍ଡ ଅସନ କାଠ ଆସିଥିବା ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି।  ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତ ବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛି। ଏଥର ୬୭୨ ଖଣ୍ଡ କାଠ ଆସିବ। ଏଥିମଧ୍ୟରୁ ୨୬୬ ଖଣ୍ଡ କାଠ କଟକ ଖପୁରିଆସ୍ଥିତ ସ’ ମିଲ୍‌ ଏବଂ ୪୦୬ ଖଣ୍ଡ କାଠ ରଥଖଳାକୁ ଆସିବ। ପୂର୍ବରୁ ରଥଖଳାକୁ ୨୮୮ ଖଣ୍ଡ କାଠ ଆସିଥିବାବେଳେ ଶନିବାର ୨୭ ଖଣ୍ଡକୁ ମିଶାଇ ମୋଟ ୩୧୫ ଖଣ୍ଡ କାଠ ଆସିଲାଣି। ବାକି ୯୧ ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚତ୍ବ ବୋଲି ତତ୍ତ୍ବାବଧାରକ କହିଛନ୍ତି। ତେବେ ବିଧି ଅନୁଯାୟୀ ଗତ ୨୬ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯାଇଛି। କିନ୍ତୁ ଲକ୍‌ଡାଉନ ଯୋଗୁ ମେ ୩ ତାରିଖ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri