ପହଞ୍ଚତ୍ଲା ରଥ ଦଉଡ଼ି

ପୁରୀ ଅଫିସ, ୭ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ତୃତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। ତେବେ ଶ୍ରୀମନ୍ଦିର ପ୍ରଶାସନ ରଥଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ଯୋଗାଡ଼ କରିବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ଘୋଷଯାତ୍ରା ପାଇଁ ଦରକାର ହେଉଥିବା ରଥ ଦଉଡ଼ି ପୁରୀରେ ପହଞ୍ଚତ୍ଛି। ତିନିରଥ ପାଇଁ ଆବଶ୍ୟକ ୧୨ଟି ଟଣା ଦଉଡ଼ି ସହିତ ୩ଟି କର୍ଡନ (ଘେର) ଦଉଡ଼ି ମଧ୍ୟ ଆସିଛି। ଚନ୍ଦନପୁର ନିକଟସ୍ଥ ବୀରପ୍ରତାପପୁରଠାରେ ଥିବା ଓଡ଼ିଶା କତା ନିଗମର କାର୍ଯ୍ୟାଳୟରୁ ଏହି ଦଉଡ଼ି ଏକ ଗାଡିରେ ଆସି ଅପରାହ୍ନରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲା। ଶ୍ରୀମନ୍ଦିରର ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ଦାୟିତ୍ୱରେ ଏହି ଦଉଡ଼ି କାର୍ଯ୍ୟାଳୟରେ ରଖାଯାଇଛି।
ତତ୍ତ୍ବାବଧାରକ ମେକାପ କହିଛନ୍ତି ଯେ, ଚଳିତବର୍ଷ ରଥଯାତ୍ରା ଲାଗି ଓଡ଼ିଶା କତା ନିଗମକୁ ୧୨ଟି ଟଣା ଦଉଡ଼ି ଏବଂ ୩ଟି ଘେର ଦଉଡ଼ି ଯୋଗାଇଦେବା ଲାଗି ଅର୍ଡର ଦିଆଯାଇଥିଲା। ସେମାନେ ଦଉଡି ଯୋଗାଇ ଦେଇଛନ୍ତି। ଗୋଟିଏ ଟଣା ଦଉଡ଼ିର ଲମ୍ବ ୨୨୦ ଫୁଟ ଏବଂ ମୋଟେଇ ୮ ଇଞ୍ଚ ରହିଥିବା ବେଳେ ଘେର ଦଉଡ଼ି ଗୋଟିଏର ଲମ୍ବ ୪୫୦ ଫୁଟ ଏବଂ ମୋଟେଇ ୩ ଇଞ୍ଚ ରହିଛି। ତେବେ ଚଳିତବର୍ଷ ରଥଯାତ୍ରା ପାଇଁ ଟଣା ଦଉଡ଼ି ଏବଂ ଘେର ଦଉଡ଼ି ଷ୍ଟକ୍‌ ରହିଛି ବୋଲି ମେକାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri