ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ, କେନ୍ଦ୍ର ପଶୁପାଳନ, ଦୁଗ୍ଧ ଓ ମତ୍ସପାଳନ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ରାଜ୍ୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି।

ପ୍ରକାଶଯୋଗ୍ୟ, ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ରାଜଭବନ ଯାଇ ରାତ୍ରିଯାପନ କରିବା ପରେ ରବିବାର ପୂର୍ବାହ୍ନରେ ଖୋର୍ଦ୍ଧା ବରୁଣେଇ ଅଭିମୁଖେ ଯାତ୍ରା କରିଥିଲେ। ଶିଳାନ୍ୟାସ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ରାଜଭବନ ଫେରି ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri