ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ମରିଚାପଦ ଗ୍ରାମର ରବି ଭୋଇ (୨୮) ଓ ମଣ୍ଡାସାହିର ପ୍ରକାଶ ବାରିକ (୩୫)। ପ୍ରାପ୍ତ ସୂଚନା ଅନୁଯାୟୀ, ସୁଜଙ୍ଗ ଗ୍ରାମର ବଳରାମ ପତିଙ୍କର ପାଇଖାନା ଟାଙ୍କିର ଛାତ ଦୁଇ ମାସ ତଳେ ପଡ଼ିିଥିଲା। ରବିବାର ବଳରାମ ଅନୁପସ୍ଥିତ ଥିବାବେଳେ ପ୍ରକାଶ ଓ ରାଜୁ ସେଣ୍ଟ୍ରିଙ୍ଗ ଖୋଲିବା ପାଇଁ ଟାଙ୍କି ଭିତରକୁ ପଶିଥିଲେ। ଦୀର୍ଘ ସମୟ ଧରି ବାହାରକୁ ନ ଆସିବାରୁ ବଳରାମଙ୍କ ସ୍ତ୍ରୀ ଡାକିଥିଲେ। ସେମାନେ ନ ଶୁଣିବାରୁ ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ପହଞ୍ଚି ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେବାରୁ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୁଇ ଶ୍ରମିକଙ୍କୁ ଉଦ୍ଧାର କରିଥିଲେ। ତେବେ ଉଭୟଙ୍କୁ ଜଗତସିଂହପୁର ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri