ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା

ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କରଞ୍ଜଆଡ଼ିଆ ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମର କୈଳାସ ନାଥଙ୍କ ଅଭିଯୋଗ ଅନୁଯାୟୀ, ସେ ନିଜସ୍ବ ଅର୍ଥରେ ପାଇଖାନା ତିଆରି କରି ଏ ବାବଦରେ ସରକାରୀ ପ୍ରୋତ୍ସାହନ ପାଇବା ପାଇଁ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟକୁ ଦୌଡ଼ି ନିରାଶ ହୋଇଥିଲେ। ବ୍ଲକ କାର୍ଯ୍ୟାଳୟକୁ ଯାଇ ଏ ବାବଦରେ ପଚାରିବାରୁ ତାଙ୍କ ନାମରେ ବିଲ୍‌ ହୋଇସାରିଥିବା ଜାଣିବାକୁ ପାଇଥିଲେ। ଏ ନେଇ ସେ ନିକଟରେ ବିଡିଓ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ପଞ୍ଚାୟତର ଏଭଳି ଅନେକ ଲୋକଙ୍କ ନାମରେ ପାଇଖାନା ନିର୍ମାଣ ନ କରି ଅର୍ଥ ଉଠାଣ ହୋଇଥିବା ଜଣାପଡ଼ିଛି।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ବିରସ ପଞ୍ଚାୟତରେ ସାମାଜିକ କର୍ମୀ ଦୀପକ କୁମାର ନାୟକ ଓ ପଙ୍କଜ କୁମାର ଜେନାଙ୍କ ଦ୍ୱାରା ମଗାଯାଇଥିବା ସୂଚନା ଅଧିକାର ତଥ୍ୟରୁ ଏହି ଯୋଜନାରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବା ଆକଳନ କରାଯାଉଛି। ପାଇଖାନା ନିର୍ମାଣ ଦାୟିତ୍ୱ ନେଇଥିବା ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ଅର୍ଥ ହଡ଼ପ କରାଯାଇଥିବା ଗ୍ରାମବାସୀ ବିଡିଓଙ୍କ ନିକଟରେ ଅଭିଯୋଗ କରି ତଦନ୍ତ ଦାବି କରିଛନ୍ତି। ୧୫୦ରୁ ଊର୍ଦ୍ଧ୍ୱ ପାଇଖାନା ଅର୍ଦ୍ଧନିର୍ମିତ ଥିବାବେଳେ ୫୦ରୁ ଅଧିକ ପାଇଖାନା ବିଲ୍‌ ଦୁଇଥର ପ୍ରଦାନ କରାଯାଇଛି। ୧୦୦ ରୁ ଅଧିକ ହିତାଧିକାରୀଙ୍କର ପାଇଖାନା ଆଦୌ ନିର୍ମାଣ କରା ନ ଯାଇ ବିଲ୍‌ କରାଯାଇଛି। ଏପରିକି ୫ ମୃତ ବ୍ୟକ୍ତିଙ୍କ ନାମରେ ମଧ୍ୟ ପାଇଖାନା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ବ୍ଲକ ଅଧୀନ ୨୨ ପଞ୍ଚାୟତର ପାଇଖାନା ନିର୍ମାଣ ନେଇ ଏବେ ସୂଚନା ଅଧିକାର ଆଇନରେ ତଥ୍ୟ ମଗାଯାଇଛି। ହେଲେ ପ୍ରଶାସନ ତଥ୍ୟ ପ୍ରଦାନ କରୁ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ବିଡିଓ ପ୍ରଣବ କୁମାର ବେହେରାଙ୍କୁ ପଚାରିବାରୁ ଏଭଳି ଅନିୟମିତତାରେ ଯେଉଁମାନେ ସମ୍ପୃକ୍ତ ସେମାନଙ୍କଠାରୁ ଅର୍ଥ ଆଦାୟ କରାଯିବା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?