ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ ଗରମ ଗୁଳଗୁଳି ବୃଦ୍ଧି ସହ ପରିବେଶ ନଷ୍ଟ ହେବାରେ ବସିଛି। ଜଙ୍ଗଲରେ ନିଆଁ ଲାଗିବା ସମୟରେ ବନ କର୍ମଚାରୀ ପହଞ୍ଚୁ ନ ଥିବା ଓ ନିଆଁ ଲିଭାଇବାରେ ସହଯୋଗ କରୁ ନ ଥିବା ଅଭିଯୋଗ ହେଉଛି। ଏହି ଅଭିଯୋଗ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ କହିଛନ୍ତି।

ପ୍ରକାଶ ଯେ, ସୋମବାର ସନ୍ଧ୍ୟାରେ ଦାରିଙ୍ଗବାଡି ବନାଞ୍ଚଳ କାର୍ଯ୍ୟାଳୟ ନିକଟ ପାଇନ ବଣରେ ନିଆଁ ଲାଗିଥିଲା। ନିଆଁ ଏତେ ଜୋରରେ ଲାଗିଥିଲା ଯେ, ୫୯ ନଂ ଜାତୀୟ ରାଜପଥ ଉପରେ ଯାତାୟାତ କରୁଥିବା ଯାତ୍ରୀ ବନ ବିଭାଗକୁ ଖବର ଦେଇଥିଲେ। ହେଲେ ବନ କର୍ମଚାରୀ କିମ୍ବା ଅଧିକାରୀ କେହି ଘଟଣାସ୍ଥଳରେ ପହଞ୍ଚି ନ ଥିଲେ। ଖବର ପାଇ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଅଗ୍ନିବୀରମାନେ ପହଞ୍ଚି ପାହାଡ଼ ଉପରେ ଲାଗିଥିବା ପାଇନ ବଣର ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି।

ଦୀର୍ଘ ୨ ଘଣ୍ଟାରୁ ଉର୍ଦ୍ଧ ସମୟ ନିଆଁ ଲିଭାଇବାକୁ ଉଦ୍ୟମ କରିବା ପରେ ବନ ବିଭାଗ। କିଛି ଅସ୍ଥାୟୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏଥିରେ ତାଙ୍କ ଦାୟିତ୍ୱ ସଠିକ ଭାବରେ କରୁ ନ ଥିବା ଓ ଜଙ୍ଗଲରେ ନିଆଁ ଲାଗିଲେ ବନ କର୍ମଚାରୀ କିମ୍ବା ଅଧିକାରୀ ପହଞ୍ଚୁ ନ ଥିବା ନେଇ ଅଗ୍ନିଶମ ଅଧିକାରୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। ପ୍ରତ୍ୟେକ ବର୍ଷ ଗ୍ରୀଷ୍ମ ପ୍ରବାହ ପୁର୍ବରୁ ଜଙ୍ଗଲ ନିଆଁ ଦାଉରୁ ଜଙ୍ଗଲକୁ ସୁରକ୍ଷା ଦେବା ପାଇ ଜଙ୍ଗଲ ବିଭାଗ ପଦକ୍ଷେପ ନେବା ବଦଳରେ ଚଳିତ ବର୍ଷ ପାଇନ ବଣ ସମେତ ଚଳିତ ସପ୍ତାହରେ ଉକ୍ତ ବନାଞ୍ଚଳର ତିଲୋରୀ ଓ ଅନ୍ୟ ଜଙ୍ଗଲରେ ନିଆଁ ଲିଭାଇବାକୁ ଅଗ୍ନିଶମ ବିଭାଗ ହିଁ ପ୍ରଥମେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ଓ ଏହି ଦାୟିତ୍ୱ ବନ ବିଭାଗର ହୋଇଥିବାବେଳେ ଅଗ୍ନିଶମ ବିଭାଗ ଜଙ୍ଗଲରେ ନିଆଁ ଲିଭାଉଥିବା ଅଗ୍ନିଶମ ଅଧିକାରୀ କହିଛନ୍ତି।

ଏନେଇ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ସହ ଯୋଗାଯୋଗ କରାଯିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ। ବନପାଳ ବିଶ୍ୱଜିତ ମିଶ୍ର ପ୍ରତିକ୍ରିୟାରେ କହିଛନ୍ତି, ସେ ସିଆଙ୍ଗବାଲି ପଞ୍ଚାୟତ ସୀତାପାଙ୍ଗା ଜଙ୍ଗଲକୁ ନିଆଁ ଲିଭାଇବାକୁ ଯାଇଥିବା କହିଛନ୍ତି। ଏନେଇ ବାଲିଗୁଡା ଡିଏଫଓ ଘନଶ୍ୟାମ ମହନ୍ତଙ୍କ ସହ ଯୋଗାଯୋଗ କରାଯିବାରୁ ସେ ଘଟଣାର ତଦନ୍ତ କରିବେ ବୋଲି କହିଛନ୍ତି ଏବଂ ଘଟଣାସ୍ଥଳକୁ ବନ କର୍ମଚାରୀ ଓ ଅଧିକାରୀଙ୍କୁ ପଠାଇବୁ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ…

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri