ପାଉଚ ମଦରେ ନିଆଁ ଲଗାଇଲେ ମହିଳା

ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର ମଦ ଧରପଗଡ କରୁଥିବା ବେଳେ କୁଚିଆ ବେପାରୀଙ୍କ ପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ। କେବଳ ଗରିବ ନିରୀହ ଆଦିବାସୀମାନଙ୍କୁ ମଦ ବିକ୍ରି ଆଳରେ ଗିରଫ କରି ମାମଲା ରୁଜୁ କରୁଥିବା ଅଭିଯୋଗ ହୋଇଛି।
ସୋମବାର ବଘିଆପଡ଼ା ଅଞ୍ଚଳର ୮ଟି ଗ୍ରାମର ୫୪ଟି ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନେ ଏକଜୁଟ ହୋଇ ମଦ ବିରୋଧୀ ସଂଗ୍ରାମ ଆରମ୍ଭ କରିଥିଲେ। ବଘିଆପଡ଼ା ପଞ୍ଚାୟତର ଇସିରିସିଙ୍ଗା ନିକଟସ୍ଥ ଲକ୍ଷ୍ମୀପଦର ଗ୍ରାମ ମନ୍ଦିର ନିକଟରେ ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନେ ଏକଜୁଟ ହୋଇ ଏକ ସଭାର ଆୟୋଜନ କରିଥିଲେ। ପରେ ଗ୍ରାମର ଛବିଳ ନାଏକଙ୍କ ଘରେ ଚଢାଉ କରି ୫୦୦ ପ୍ୟାକେଟ ଦେଶୀ ମଦ ପାଉଚ ଜବତ କରି ନିଆଁ ଲଗାଇ ପୋଡି ଦେଇଥିଲେ। ଏପରିକି ମହିଳାମାନେ ମଦବେପାରୀଙ୍କୁ ଚେତବାନୀ ଦେଇଥିଲେ। ଆଗାମୀ ଦିନରେ ମଦ ବିକ୍ରି କଲେ ଚରମ ପଦକ୍ଷେପ ନିଆଯିବ ବୋଲି ଅ କହିଥିଲେ। ଏହି ଘଟଣା ପରେ ବଘିଆପଡ଼ା ଅଞ୍ଚଳରେ କୁଚିଆ ମଦ ବେପାରୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହି ଚଢାଉରେ ୫୦୦ରୁ ଉର୍ଦ୍ଧ୍ୱ ମହିଳା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?