ପାଉଣା ପାଇ ନ ଥିବାରୁ ସେବାୟତ କ୍ଷୁବ୍ଧ:ଶ୍ରୀଜୀଉଙ୍କ ନୀତିକାନ୍ତି ୨ ଘଣ୍ଟା ବିଳମ୍ବ

ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ ହୋଇ ସେବା କରି ନ ଥିଲେ। ଫଳରେ ଗୋପାଳବଲ୍ଲଭ ନୀତିରେ ପ୍ରାୟ ୨ଘଣ୍ଟା ବିଳମ୍ବ ଘଟିଥିଲା। ତାଙ୍କୁ ବୁଝାଶୁଝା କରାଯିବା ପରେ ନୀତି ସ୍ବାଭାବିକ ହୋଇଥିଲା। ଭୋଗ ପୂର୍ବରୁ ପାଣି ପକାଇବା ହେଉଛି ସୁଆର ବଡୁ ସେବାୟତ ରାଜାରାମ ମେକାପଙ୍କ ପ୍ରମୁଖ ସେବା। ସେ ପାଣି ନ ପକାଇବା ପର୍ଯ୍ୟନ୍ତ ଭୋଗ ବଢା ହୋଇ ନ ଥାଏ। ଗୁରୁବାର ସକାଳେ ବଲ୍ଲଭ ଭୋଗ ପୂର୍ବରୁ ସେ ପାଣି ପକାଇ ନ ଥିଲେ। ଫଳରେ ବଲ୍ଲଭ ନୀତିରେ ବିଳମ୍ବ ହୋଇଥିଲା। ଅନ୍ୟ ସେବାୟତମାନେ ତାଙ୍କୁ ବୁଝାଶୁଝା କରିବା ଭିତରେ ପ୍ରାୟ ୨ଘଣ୍ଟା ନୀତି ବିଳମ୍ବ ହୋଇଯାଇଥିଲା। ଏ ସମ୍ପର୍କରେ ରାଜାରାମ କହିଛନ୍ତି, ବାରମ୍ବାର ପାଉଣା ସମ୍ପର୍କରେ ପ୍ରଶାସନକୁ ଜଣାଇବା ସତ୍ତ୍ୱେ ନିରାଶ ହେବାକୁ ପଡ଼ିଛି। ପାଉଣା ନ ପାଇବା ଯୋଗୁ ଧାର କରଜରେ ବୁଡ଼ି ରହିଛି। ପ୍ରଶାସନ ଏ ଦିଗରେ ବିଚାର ନ କଲେ ୧୯ ତାରିଖରେ ସେବା କରିବି ନାହିଁ ବୋଲି ଆଗରୁ ଅଭିଯୋଗ ପତ୍ରରେ ଜଣାଇଥିଲି। ଏହାସତ୍ତ୍ୱେ ପ୍ରଶାସନ ଚୁପ୍‌ ବସିଲା। ଅନ୍ୟପକ୍ଷରେ ନୀତିରେ ବିଳମ୍ବ ହେଲେ ପ୍ରଶାସନ ସେବାୟତଙ୍କ ପ୍ରାପ୍ୟ ପାଉଣା କାଟୁଛି। କିନ୍ତୁ ୩/୪ ମାସ ଧରି ପ୍ରାପ୍ୟ ପାଉଣା ନ ଦେବା ପ୍ରସଙ୍ଗ ସେବାୟତଙ୍କ ମଧ୍ୟରେ ଏବେ ଅସନ୍ତୋଷ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri