ଜେନେଭା,୧୪।୯: ମିଳିତ ଜାତିସଂଘ ମାନବଅଧିକାର ପରିଷଦ (ୟୁଏନଏଚଆରସି)ର ଏକ ବୈଠକରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘର ତାଲିକାଭୁକ୍ତ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ଏବଂ ଆତଙ୍କବାଦୀ କାରଖାନା ଚଳାଉଥିବା ପାକିସ୍ତାନ ଭାରତୀୟ ଲୋକଙ୍କ ମାନବିକ ଅଧିକାରକୁ ନେଇ ଉଦ୍ବେଗ ପ୍ରକାଶ କରିବା ଏକ ପ୍ରତାରଣା ବୋଲି ଭାରତ କହିଛି। ଆତଙ୍କବାଦୀଙ୍କୁ ପାକିସ୍ତାନ ଆଶ୍ରୟ ଦେଉଛି। ଏଭଳି ପରିସ୍ଥିତିରେ ମାନବ ଅଧିକାର ପରିଷଦ ନିଜର କ୍ଷମତାକୁ ବ୍ୟବହାର କରିବା ଏବଂ ପାକିସ୍ତାନ ଦ୍ୱାରା ଆତଙ୍କବାଦକୁ ପ୍ରୋତ୍ସାହନ ଦେବା ବନ୍ଦ କରିବା ଭଲ।
ଭାରତର ସ୍ଥାୟୀ ମିଶନର ପ୍ରଥମ ସଚିବ ପୱନ କୁମାର ବଢେ କହିଛନ୍ତି, ଭାରତ ବିରୋଧରେ ପ୍ରଚାର ପ୍ରସାର ପାଇଁ ପାକିସ୍ତାନ ପୁଣି ଥରେ ଏହି ସମ୍ମାନଜନକ ପରିଷଦ ଦ୍ୱାରା ଦିଆଯାଇଥିବା ପ୍ଲାଟଫର୍ମର ଅପବ୍ୟବହାର କରିଛି। ଆମ ପ୍ରତିନିଧୀମଣ୍ଡଳ ସେମାନଙ୍କର ଭିତ୍ତିହୀନ ବିବୃତ୍ତିକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ସେମାନେ ଆମର ପ୍ରତିକ୍ରିୟାର ଯୋଗ୍ୟ ନୁହଁନ୍ତି। ପାକିସ୍ତାନ ଦ୍ୱାରା ଭାରତର ଲୋକଙ୍କ ମାନବିକ ଅଧିକାର ବିଷୟରେ କହିବା ହାସ୍ୟାସ୍ପଦ। ଅନ୍ତର୍ଜାତୀୟ ସ୍ତରରେ ନିଷିଦ୍ଧ ଆତଙ୍କବାଦୀମାନେ ପାକିସ୍ତାନୀ ମାଟିରେ କାର୍ଯ୍ୟ କରୁଛନ୍ତି। କେବଳ ମୋ ଦେଶରେ ନୁହେଁ, ସମଗ୍ର ବିଶ୍ୱରେ ଶାନ୍ତି ଏବଂ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରି ପାକିସ୍ତାନ ଏହାର ଲୋକଙ୍କ ମାନବିକ ଅଧିକାରର ଉଲ୍ଲଂଘନ କରିଛି। ମିଳିତ ଜାତିସଂଘ ମାନବଅଧିକାର ପରିଷଦକୁ ଅନୁରୋଧ କରୁଛୁ ଯେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦକୁ ଶେଷ କରିବା ତଥା ଏହାର ଅଧୀନରେ ଥିବା ଆତଙ୍କବାଦୀ ଭିତ୍ତିଭୂମି ଭାଙ୍ଗିବା ପାଇଁ ବିଶ୍ୱସ୍ତ ପଦକ୍ଷେପ ନେବାକୁ କୁହନ୍ତୁ।
Posted inHome, Home Left, ଅନ୍ତର୍ଜାତୀୟ View All
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


