Posted inଜାତୀୟ

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି।

ଏଥିରେ ଜଣେ ଭାରତୀୟ ଯବାନ ଶହୀଦ୍‌ ହୋଇଥିବା କୁହାଯାଉଛି।  ନାଏକ ରବିରଞ୍ଜନ କୁମାର ସିଂ ସୀମାପାର ଗୁଳିରେ ଶହୀଦ ହୋଇଛନ୍ତି। ବିହାରସ୍ଥିତ ରୋହତାସ୍‌ ଅନ୍ତର୍ଗତ ଗୋପ୍‌ ବିଘା ଗ୍ରାମର ନିବାସୀ ୩୬ ବର୍ଷୀୟ ରବିରଞ୍ଜନଙ୍କ ସ୍ତ୍ରୀ ରୀତା ଦେବୀ ଅଛନ୍ତି। ଏହି ଘଟଣାରେ ୪ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ଗୁଳିଗୋଳା ମାଡ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri