ପାକିସ୍ତାନକୁ ଧୋକା ଦେଲା ଚାଇନା

ଇସ୍‌ଲାମାବାଦ,୫ ।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ଏକ ପ୍ରକାର ସାରା ବିଶ୍ୱକୁ ବ୍ୟାପି ଗଲାଣି କହିଲେ ଚଳେ । ତେବେ ଏହି ଭାଇରସଠାରୁ ଦୂରେଇ ରହିବାକୁ ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଏହାର ଚାହିଦା ବଢିଯାଇଥିଲା । ପାକିସ୍ତାନରେ ବହୁପରିମାଣରେ ମାସ୍କ ଆବଶ୍ୟକ ପଡିବାରୁ ଚାଇନା ତା’ର ବନ୍ଧୁ ପାକିସ୍ତାନକୁ ମାସ୍କ ଦେବାକୁ କହିଥିଲା । ହେଲେ ଏଥିରେ ଚାଇନା ପାକିସ୍ତାନକୁ ଧୋକା ଦେଇଛି ବୋଲି ଜଣାପଡିଛି । କାହିଁକିନା ଚାଇନାରୁ ପାକିସ୍ତାନକୁ ଯେଉଁ ମାସ୍କ ଆସିଛି ତାହା ଅଣ୍ଡରଗାର୍ମେଣ୍ଟରେ ତିଆରି ବୋଲି କହିଛି ପାକିସ୍ତାନ । ଏହା ପହଞ୍ଚିବା ପରେ ଏହି ଖବର ପାକିସ୍ତାନ ଗଣମାଧ୍ୟମର ଶିରୋନାମାକୁ ଚାଲି ଆସିଥିବା ଜଣାପଡିଛି । ଏମିତି ମାସ୍କ ବ୍ୟବହାର କରିବାକୁ ପାକିସ୍ତାନର ଡାକ୍ତରମାନେ ମଧ୍ୟ ମନା କରିଦେଇଥିବା ଜଣାପଡିଛି । ତେବେ ଏନ୍‌-୯୫ ମାସ୍କ ପରିବର୍ତ୍ତେ ପାକିସ୍ତାନ ଏହି ମାସ୍କକୁ ନେଇ ଚାଇନା ଉପରେ ଖପ୍ପା ହୋଇଛି । ଏହା ଆଦୌ ସୁରକ୍ଷିତ ନୁହେଁ ବୋଲି କହିଛି ପାକିସ୍ତାନ । ସୂଚନାଯୋଗ୍ୟ, ଏହା ପୂର୍ବରୁ ମାସ୍କକୁ ନେଇ ଚାଇନା ଉପରେ ଅଭିଯୋଗ ଆଣିଥିଲା ୟୁରୋପ । ଏହାକୁ ଦେଖି ନେଦରଲ୍ୟାଣ୍ଡସ୍ ଓ ସ୍ପେନ ଚାଇନାରୁ ମାସ୍କ ମଗାଇବାକୁ ମନା କରି ଦେଇଥିଲା ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri