Posted inଜାତୀୟ

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ, ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଭାରତର ଏଭଳି ପ୍ରୟାସକୁ ପାକିସ୍ତାନ ସମାଲୋଚନା କରିଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଭାରତରେ ପ୍ରବାହିତ ନଦୀ ଜଳ ଉପରେ ଆମର ପୂର୍ଣ୍ଣ ଅଧିକାର ରହିଛି ବୋଲି ବୁଧବାର କହିଛନ୍ତି। ଏହି ପାଣି ଆମେ କ’ଣ କରିବୁ ତାହା ଆମର ବ୍ୟକ୍ତିଗତ ଅଧିକାର ବୋଲି ସେ ପ୍ରକାଶ କରିଛନ୍ତି। ପାକିସ୍ତାନଠାରୁ ଏନେଇ ଅନୁମତି ଅଣାଯିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ ଆକ୍ଷେପ କରି କହିଛନ୍ତି। ପାକିସ୍ତାନକୁ ପାଣି ବନ୍ଦ ନେଇ ଯୋଜନା ପ୍ରସ୍ତୁତି ଚାଲିଛି ଓ କ୍ୟାବିନେଟ ଅନୁମୋଦନ ପରେ ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶେଖାଓ୍ବତ୍‌ ପ୍ରକାଶ କରିଛନ୍ତି।
ନଦୀ ଜଳ ବଣ୍ଟନ ନେଇ ୧୯୬୦ରେ ଭାରତ ଓ ପାକିସ୍ତାନ ମଧ୍ୟରେ ଚୁକ୍ତି ହୋଇଥିଲା। ଚୁକ୍ତି ମୁତାବକ ଭାରତ ବେଆସ,ରାବି, ସତ୍‌ଲେଜ୍‌ ଏବଂ ପାକିସ୍ତାନ ସିନ୍ଧୁ, ଚେନାବ୍‌, ଝେଲମ୍‌ ନଦୀ ଉପରେ ନିୟନ୍ତ୍ରଣ ରଖିଛି। ଗତ ଫେବୃୟାରୀରେ ପୁଲଓ୍ବାମାରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ କରିବା ପରେ କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ପାକିସ୍ତାନ ବିରୋଧରେ ଜଳ ନିୟନ୍ତ୍ରଣ କଥା ଉଠାଇଥିଲେ। ଶେଖାଓ୍ବତ୍‌ କହିଛନ୍ତି, ପାକିସ୍ତାନକୁ ବୋହିଯାଉଥିବା ଅଧିକ ନଦୀ ଜଳକୁ ଭାରତ କାମରେ ଲଗାଇପାରିବ। ଜଳାଭାବ ସମୟରେ ଏହି ସଂରକ୍ଷିତ ଜଳ ବିନିଯୋଗ କରାଯାଇ ପାରିବ। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ୩୭୦ ଅନୁଚ୍ଛେଦକୁ ଭାରତ ଉଠାଇବାକୁ ନେଇ ପାକିସ୍ତାନ ଷଡ଼ଯନ୍ତ୍ର ରଚୁଛି। ଭାରତ ବିରୋଧରେ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେଷ୍ଟା କରୁଛି। ତେଣୁ ଭାରତ ପାକିସ୍ତାନକୁ ପାଣି ବନ୍ଦ କରିବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri