Posted inଜାତୀୟ

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ, ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଭାରତର ଏଭଳି ପ୍ରୟାସକୁ ପାକିସ୍ତାନ ସମାଲୋଚନା କରିଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଭାରତରେ ପ୍ରବାହିତ ନଦୀ ଜଳ ଉପରେ ଆମର ପୂର୍ଣ୍ଣ ଅଧିକାର ରହିଛି ବୋଲି ବୁଧବାର କହିଛନ୍ତି। ଏହି ପାଣି ଆମେ କ’ଣ କରିବୁ ତାହା ଆମର ବ୍ୟକ୍ତିଗତ ଅଧିକାର ବୋଲି ସେ ପ୍ରକାଶ କରିଛନ୍ତି। ପାକିସ୍ତାନଠାରୁ ଏନେଇ ଅନୁମତି ଅଣାଯିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ ଆକ୍ଷେପ କରି କହିଛନ୍ତି। ପାକିସ୍ତାନକୁ ପାଣି ବନ୍ଦ ନେଇ ଯୋଜନା ପ୍ରସ୍ତୁତି ଚାଲିଛି ଓ କ୍ୟାବିନେଟ ଅନୁମୋଦନ ପରେ ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶେଖାଓ୍ବତ୍‌ ପ୍ରକାଶ କରିଛନ୍ତି।
ନଦୀ ଜଳ ବଣ୍ଟନ ନେଇ ୧୯୬୦ରେ ଭାରତ ଓ ପାକିସ୍ତାନ ମଧ୍ୟରେ ଚୁକ୍ତି ହୋଇଥିଲା। ଚୁକ୍ତି ମୁତାବକ ଭାରତ ବେଆସ,ରାବି, ସତ୍‌ଲେଜ୍‌ ଏବଂ ପାକିସ୍ତାନ ସିନ୍ଧୁ, ଚେନାବ୍‌, ଝେଲମ୍‌ ନଦୀ ଉପରେ ନିୟନ୍ତ୍ରଣ ରଖିଛି। ଗତ ଫେବୃୟାରୀରେ ପୁଲଓ୍ବାମାରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ କରିବା ପରେ କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ପାକିସ୍ତାନ ବିରୋଧରେ ଜଳ ନିୟନ୍ତ୍ରଣ କଥା ଉଠାଇଥିଲେ। ଶେଖାଓ୍ବତ୍‌ କହିଛନ୍ତି, ପାକିସ୍ତାନକୁ ବୋହିଯାଉଥିବା ଅଧିକ ନଦୀ ଜଳକୁ ଭାରତ କାମରେ ଲଗାଇପାରିବ। ଜଳାଭାବ ସମୟରେ ଏହି ସଂରକ୍ଷିତ ଜଳ ବିନିଯୋଗ କରାଯାଇ ପାରିବ। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ୩୭୦ ଅନୁଚ୍ଛେଦକୁ ଭାରତ ଉଠାଇବାକୁ ନେଇ ପାକିସ୍ତାନ ଷଡ଼ଯନ୍ତ୍ର ରଚୁଛି। ଭାରତ ବିରୋଧରେ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେଷ୍ଟା କରୁଛି। ତେଣୁ ଭାରତ ପାକିସ୍ତାନକୁ ପାଣି ବନ୍ଦ କରିବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri