Posted inଖେଳ

ପାକିସ୍ତାନକୁ ୨୦୨୦ ଏସିଆ କପ୍‌ ଟି୨୦ ଆୟୋଜନ ଅଧିକାର

ନୂଆଦିଲ୍ଲୀ, ୩୦।୫(ପି.ଟି.)- ୨୦୨୦ ଏସିଆ କପ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ଅଧିକାର ପାକିସ୍ତାନକୁ ପ୍ରଦାନ କରାଯାଇଛି। ସିଙ୍ଗାପୁରରେ ଅନୁଷ୍ଠିତ ହୋଇଥିବା ଏସିଆନ କ୍ରିକେଟ କାଉନସିଲ୍‌ (ଏସିସି) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତାବର୍ଷ ଖେଳାଯିବାକୁ ଥିବା ଏସିଆ କପ୍‌ର ଏହା ହେବ ୧୫ତମ ସଂସ୍କରଣ। ସେହିବର୍ଷ ଅକ୍ଟୋବର ଶେଷ ଭାଗରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ତେଣୁ ଏସିଆ କପ୍‌ର ୧୫ତମ ସଂସ୍କରଣକୁ ଟି୨୦ ଫର୍ମାଟ୍‌ରେ ଆୟୋଜନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ଭାରତ, ପାକିସ୍ତାନ, ଶ୍ରୀଲଙ୍କା, ବାଂଲାଦେଶ, ଆଫଗାନିସ୍ତାନ ପରି ଟପ୍‌ ଦେଶଗୁଡ଼ିକ ଅଂଶଗ୍ରହଣ କରିଥିଲେ। ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ଏହସାନ ମନି ଓ ମ୍ୟାନେଜିଂ ଡିରେକ୍ଟର ଓ୍ବାସିମ ଖାଁ ଏହି ବୈଠକରେ ଯୋଗଦେଇଥିଲେ।
ଆୟୋଜନ ଅଧିକାର ଦିଆଯାଇଥିବାରୁ ଏସିଆ କପ୍‌ ଏବେ ନିରବିଚ୍ଛିନ୍ନ ଭେନ୍ୟୁରେ ଆୟୋଜନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ୨୦୦୯ରେ କରାଚିରେ ଶ୍ରୀଲଙ୍କା ଖେଳାଳିଙ୍କ ବସ୍‌ ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ ପରଠାରୁ ସୁରକ୍ଷାଜନିତ କାରଣ ନେଇ କୌଣସି ବିଦେଶୀ ଦଳ ପାକିସ୍ତାନରେ ଖେଳିବାକୁ ରାଜି ହେଉନାହାନ୍ତି। ସେହିଭଳି ପାକିସ୍ତାନ ସହ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ମଧ୍ୟ ତିକ୍ତତାର ଶୀର୍ଷରେ ପହଞ୍ଚତ୍ଛି। ତେଣୁ ନିରପେକ୍ଷ ଭେନ୍ୟୁ ଭାବେ ଏହି ଟୁର୍ନାମେଣ୍ଟକୁ ୟୁଏଇରେ ଆୟୋଜନ କରିବାକୁ ପାକିସ୍ତାନ ବୋର୍ଡ ଚିନ୍ତା କରୁଥିବା ଜଣାପଡ଼ିଛି। ପ୍ରକାଶଯୋଗ୍ୟ, ଗତ ସଂସ୍କରଣ ଏସିଆ କପ୍‌ ଆୟୋଜନ ଅଧିକାର ଭାରତକୁ ମିଳିଥିଲ। କିନ୍ତୁ ଦୁଇ ପଡ଼ୋଶୀ ରାଷ୍ଟ୍ର ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତ ସମ୍ପର୍କ କାରଣରୁ ଏହାକୁ ୟୁଏଇରେ ଆୟୋଜନ କରାଯାଇଥିଲା। ଫାଇନାଲରେ ବାଂଲାଦେଶକୁ ପରାସ୍ତ କରି ଭାରତ ଟାଇଟଲ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri