Posted inଖେଳ

ପାକିସ୍ତାନକୁ ୩୩୭ ରନ୍‌ର ଟାର୍ଗେଟ ଦେଲା ଭାରତ

ମାଞ୍ଚେଷ୍ଟର, ୧୬।୬: ଓଲ୍ଡ ଟ୍ରାଫର୍ଡରେ ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୫୦ ଓଭରରେ ୫ ୱିକେଟ ହରାଇ ୩୩୬ ରନ କରିଛି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପର ୨୨ତମ ମ୍ୟାଚରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦ ଟସ୍‌ ଜିଣି ପ୍ରଥମେ ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଥିଲେ। ରୋହିତ ଶର୍ମା ଏବଂ ଲୋକେଶ ରାହୁଲ ଭାରତ ପକ୍ଷରୁ ଓପନିଂ କରିବାକୁ ଆସି ୧୭.୩ ଓଭରରେ ଭାରତର ସ୍କୋରକୁ ୧୦୦ ରନରେ ପହଞ୍ଚାଇଥିଲେ। ଭାରତର ସ୍କୋର ୧୩୭ ଥିବା ବେଳେ ରାହୁଲ ୫୭ରନ୍‌ କରି ଆଉଟ୍‌ ହୋଇଥିଲେ। ରୋହିତ୍‌ ୨୪ତମ ଦିନିକିଆ ଶତକ ମାରି ୧୧୩ ବଲରେ ୧୪ ଚୌକା ଓ ୩ ଛକା ସହ ୧୪୦ ଓ ବିରାଟ ୬୫ ବଲରେ ୭ ଚୌକା ସହ ୭୭ ରନ କରି ଆଉଟ ହୋଇଥିଲେ। ପାଣ୍ଡ୍ୟା ୧୯ ବଲରେ ୨ ଚୌକା ଓ ୧ ଛକା ସହ ୨୬ ରନ କରିଥିବା ବେଳେ ମହେନ୍ଦ୍ର ସିଂହ ମାତ୍ର ୧ ରନ କରି ପ୍ୟାଭିଲିୟନ ଫେରିଥିଲେ। ଭାରତର ସ୍କୋର ୪୬.୪ ଓଭରରେ ୩୦୫ ରନରେ ଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଫଳରେ ୪୫ ମିନିଟ ଖେଳ ବନ୍ଦ ହୋଇଥିଲା। ପୁଣି ଖେଳ ଆରମ୍ଭ ହେବା ପରେ ବାକି ୨୦ ବଲରେ ଭାରତ ମାତ୍ର ୩୧ ରନ କରିବାକୁ ସକ୍ଷମ ହୋଇଥିଲା। ବିଜୟ ଶଙ୍କର ୧୫ ଓ କେଦାର ଯାଦବ ୯ ରନ କରି ଅପରାଜିତ ଥିଲେ। ପାକିସ୍ତାନ ମହମ୍ମଦ ଆମୀର ୩ଟି, ହାସନ ଓ ରିଆଜ ଗୋଟିଏ ଲେଖାଏ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭ E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri