ପାକିସ୍ତାନରେ ଆର୍ଥିକ ସଙ୍କଟ: ରୋଷେଇ ଗ୍ୟାସ୍‌ ଦର ୨୦୦ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା

ଇସଲାମାବାଦ, ୨୬।୬: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା ଫଳରେ ଏବେ ପରିସ୍ଥିତି ଆହୁରି ଭୟଙ୍କର ହୋଇପଡିଛି। ବର୍ତ୍ତମାନ ଦେଶର ରାଜକୋଷ ଦେବାଳିଆ ଥିବା କାରଣରୁ ଇମ୍ରାନ ଖାନ ସରକାର ଦେଶର ଜନସାଧାରଣଙ୍କ ମୁଣ୍ଡରେ ଏହି ଅର୍ଥନୈତିକ ସଙ୍କଟକୁ ଲଦି ଦେବା ପାଇଁ ଚାହଁୁଛନ୍ତି। ଫଳସ୍ବରୂପ ଆଗାମୀ ଜୁଲାଇ ମାସରେ ରୋଷେଇ ଗ୍ୟାସ୍‌ ଦର ୨୦୦ ପ୍ରତିଶତ ବୃଦ୍ଧି ପାଇବ ବୋଲି ଜଣାପଡିଛି। ଗତ ବଜେଟରେ ବିଭିନ୍ନ ସାମଗ୍ରୀ ଉପରେ ନୂଆ ଟ୍ୟାକ୍ସ ଯୋଡ଼ିଛନ୍ତି ପାକିସ୍ତାନ ସରକାର। ଯାହାଦ୍ୱାରା ପାକିସ୍ତାନ ଜନସାଧାରଣ ମୁଣ୍ଡରେ ଚଡକ ପଡ଼ିବାକୁ ଯାଉଛି। ଏହି ଟ୍ୟାକ୍ସ ପରିମାଣ ବୃଦ୍ଧି ପାଇବା ଦ୍ୱାରା ଆଗାମୀ ସମୟରେ ପାକିସ୍ତାନ ପାଇଁ ଅନେକ ଚ୍ୟାଲେଞ୍ଜ ସାମ୍ନାକୁ ଆସିବ ବୋଲି ଅର୍ଥନୈତିକ ବିଶାରଦ ମାନେ ଏବେଠାରୁ ଆକଳନ କରିସାରିଲେଣି। ୨୧ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ ମାତ୍ର ୨୦ ଲକ୍ଷ ଲୋକ ଟାକ୍ସ ଭରୁଥିବାରୁ ଦେଶରେ ରାଜସ୍ବ ଅନେକ ପରିମାଣରେ କମିଯାଉଥିବା ଇମ୍ରାନ ସରକାର ଚିନ୍ତା ପ୍ରକଟ କରିଛନ୍ତି। ତେବେ ଏହି ଟ୍ୟାକ୍ସ ବୃଦ୍ଧି ଦ୍ୱାରା ପାକିସ୍ତାନରେ ଚା’ ଏବଂ ଚିନିଠାରୁ ଆରମ୍ଭ କରି ଥଣ୍ଡା ପାନୀୟ ପର୍ଯ୍ୟନ୍ତ ସବୁ ସାମଗ୍ରୀର ଦର ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri