Posted inଖେଳ

ପାକିସ୍ତାନରେ ବିଶ୍ୱକପ୍‌ ଆୟୋଜନ ଲାଗି ହେବ ଆଲୋଚନା

କରାଚୀ,୧୭।୧(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ମୁଖ୍ୟ କାର୍ଯ୍ୟକାରୀ (ସିଇଓ) ମନୁ ସାହାନେ ଆସନ୍ତା ସପ୍ତାହରେ ପାକିସ୍ତାନ ଗସ୍ତ କରିବେ। ସେଠାରେ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କର୍ମକର୍ତ୍ତାଙ୍କ ସହ ୨୦୨୩ରୁ ୨୦୩୧ ମଧ୍ୟରେ ଆଇସିସି ଇଭେଣ୍ଟ ଆୟୋଜନ ପାଇଁ ପାକିସ୍ତାନ ସମର୍ଥ କି ନାହିଁ, ସେନେଇ ପ୍ରାଥମିକ ଆଲୋଚନା କରିବେ। ଗତବର୍ଷ ଏପ୍ରିଲରେ ଆଇସିସି ସିଇଓ ଦାୟିତ୍ୱ ନେଇଥିବା ସାହାନେ ଆସନ୍ତା ୨୩ ତାରିଖରେ ଲାହୋରଠାରେ ପହଞ୍ଚତ୍ବେ। ପାକିସ୍ତାନ ଗତ କିଛି ମାସ ହେଲା ଦ୍ୱିପାକ୍ଷିକ ଅନ୍ତର୍ଜାତୀୟ ସିରିଜ୍‌ ଆୟୋଜନ କରୁଛି। ଦୁଇ ଦିନ ତଳେ ଆଇସିସି ଅଧ୍ୟକ୍ଷ ଶଶାଙ୍କ ମନୋହରଙ୍କ ହସ୍ତକ୍ଷେପ ଯୋଗୁ ବାଂଲାଦେଶ ପାକିସ୍ତାନରେ ସମ୍ପୂର୍ଣ୍ଣ ସିରିଜ୍‌ ଖେଳିବାକୁ ରାଜି ହୋଇଛି। ଗତ ୪ ମାସ ମଧ୍ୟରେ ଆଇସିସିର ୩ୟ କର୍ମକର୍ତ୍ତା ଭାବେ ସାହାନେ ପାକିସ୍ତାନ ଗସ୍ତ କରୁଛନ୍ତି। ପୂର୍ବରୁ ଆଇସିସିର ଉପାଧ୍ୟକ୍ଷ ଇମ୍ରାନ ଖାଓ୍ବଜା ଓ ଆଇସିସିର ସାଧାରଣ ସମ୍ପାଦକ ଜିଅଫ ଆଲରଡାଇସ ପାକିସ୍ତାନ-ଶ୍ରୀଲଙ୍କା ସିରିଜ୍‌ବେଳେ ପାକିସ୍ତାନ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri