Posted inଫୁରସତ

ପାକିସ୍ତାନରେ ବି ରହିଛି ମନ୍ଦିର ପାଖରେ ମସଜିଦ୍‌: ଲୋକେ ପାଳନ୍ତି ଇଦ୍‌-ହୋଲି-ଦିଓ୍ବାଲି

ଇସଲାମାବାଦ୍‌: ପୃଥିବୀରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ମଣିଷ ମଣିଷ ମଧ୍ୟରେ ଭେଦଭାବ ବଢ଼ିଚାଲିଛି। ତେବେ ପାକିସ୍ତାନର ଏକ ସହର ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ଦେଇଥାଏ। ସହରରେ ମନ୍ଦିର ପାଖରେ ମସଜିଦ୍‌ ରହିଛି। ଏହି ସହରରେ ଜନସଂଖ୍ୟା ୬୦ ହଜାର। ଏଠାରେ ମୁସଲମାନ୍‌ଙ୍କ ସଂଖ୍ୟା ୯୫ ପ୍ରତିଶତ। ସହରରେ ହିନ୍ଦୁ-ମୁସଲମାନ୍‌ ଦୁଇ ସମ୍ପ୍ରଦାୟ ମଧ୍ୟରେ ସବୁବେଳେ ମଧୁର ସମ୍ପର୍କ ରହିଥାଏ। ପାକିସ୍ତାନ ସିନ୍ଧ୍‌ ପ୍ରଦେଶର ଥାରପାରକର ଜିଲାରେ ଥିବା ମିଠି ସହର ସାରା ପୃଥିବୀରେ ଏହାର ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ବେଶ୍‌ ପରିଚିତି ହାସଲ କରିଛି। ସହରଟି ଲାହୋରଠାରୁ ୮୭୫ କିଲୋମିଟର ଏବଂ ଭାରତର ଗୁଜରାଟର ଅହମ୍ମଦାବାଦଠାରୁ ୩୪୦ କିଲୋମିଟର ଦୂରରେ ରହିଛି। ଏଠାରେ ବାସ କରୁଥିବା ଲୋକେ ମିଳିମିଶି, ଇଦ୍‌, ହୋଲି, ଦିଓ୍ବାଲି, ମହରମ୍‌, ଜନ୍ମାଷ୍ଟମୀ, ମହାଶିବରାତ୍ରୀ, ଦଶହରା ଆଦି ପର୍ବପର୍ବାଣୀ ପାଳନ କରିଥାନ୍ତି। ସହରକୁ ବୁଲିବା ପାଇଁ ପ୍ରତିଦିନ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସିଥାନ୍ତି। ଅତିଥି ଦେବୋ ଭବଃ ମନୋଭାବ ନେଇ ସହରର ବାସିନ୍ଦା ପର୍ଯ୍ୟଟକଙ୍କୁ ଆଦର ଅଭ୍ୟର୍ଥନା ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri