ପାକିସ୍ତାନରେ ମହଙ୍ଗା ମାଡ଼; କ୍ଷୀର ଦର ପେଟ୍ରୋଲଠୁ ଅଧିକ

ଇସଲାମାବାଦ୍‌,୧୨-୯: ଜମ୍ମୁ-କଶ୍ମୀରକୁ ନେଇ ଭାରତ ସହିତ ଶତ୍ରୁତା ବୃଦ୍ଧି ପାକିସ୍ତାନ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପନିପରିବା ଠାରୁ ଆରମ୍ଭ କରି ସାଧାରଣ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଆଁ ହୋଇଥିବା ବେଳେ ପିଲା ପିଉଥିବା କ୍ଷୀର ମଧ୍ୟ ଏବେ ସାଧାରଣ ଲୋକଙ୍କ ହାତାପାହାନ୍ତାରୁ ଚାଲିଯାଇଛି। ଦେଶରେ କ୍ଷୀର ଦର ଏତେ ଉଚ୍ଚ ଯେ, ପେଟ୍ରୋଲ ଓ ଡିଜେଲ ଦର ଠାରୁ ଏହା ମହଙ୍ଗା ହୋଇଯାଇଛି। ମୁହର୍ରମ ଦିନ ପେଟ୍ରୋଲ ଦର ଲିଟର ପିଛା ୧୧୩ ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା ୯୧ ଟଙ୍କା ଥିଲା। ତେବେ ଏହାକୁ ବଳି ଯାଇଛି କ୍ଷୀର ଦର। ପାକିସ୍ତାନରେ ଏବେ କ୍ଷୀର ଦର ଲିଟର ପିଛା ୧୪୦ ଟଙ୍କାରେ ପହଞ୍ଚତ୍ୟାଇଛି। ସବୁ ସାମଗ୍ରୀ ସହ କ୍ଷୀର ଦର ପାକିସ୍ତାନରେ ବୃଦ୍ଧି ପାଇଚାଲିଥିଲା। କିନ୍ତୁ ମୁହର୍ରମ ଅବସରରେ କ୍ଷୀର ଦରରେ ନିଆଁ ଲାଗିଛି। ଦେଶର ସବୁଠାରୁ ବଡ଼ ସହର କରାଚି ଏବଂ ସିନ୍ଧ ପ୍ରଦେଶରେ କ୍ଷୀର ଲିଟର ୧୪୦ ଟଙ୍କା ହୋଇଛି। ପାକିସ୍ତାନ ଖବର କାଗଜ ‘ଏକ୍ସପ୍ରେସ ନ୍ୟୁଜ୍‌’ରେ ଏକ ରିପୋର୍ଟ ପ୍ରକାଶ କରି କୁହାଯାଇଛି ଯେ, ଡେୟାରୀ ମାଫିଆ ମାନେ ମୁହର୍ରମ ଅବସରରେ କ୍ଷୀର ଚାହିଦା ବୃଦ୍ଧିର ଫାଇଦା ଉଠାଇ ଲୋକଙ୍କୁ ଲୁଟିଛନ୍ତି। ସେମାନେ ମନଇଚ୍ଛା ଦର ଆଦାୟ କରିଛନ୍ତି। ମୁହର୍ରମ ଅବସରରେ ୯ ଓ ୧୦ରେ ଲୋକେ କ୍ଷୀରରେ ନିିର୍ମିତ ସରବତ,କ୍ଷିରି ଆଦି ବାଣ୍ଟନ୍ତି। ପାକିସ୍ତାନରେ ଟମାଟୋ ଓ କ୍ଷୀର ବ୍ୟତୀତ ଅନ୍ୟ ପନିପରିବା ଦର ବହୁଗୁଣ ବଢ଼ିଯାଇଛି। ପିଆଜ କେଜି ୬୦ ଟଙ୍କାରେ ପହଞ୍ଚତ୍ୟାଇଥିବା ବେଳେ ଟମାଟୋ କିଲୋ ୨୦୦ ଟଙ୍କାରେ ପହଞ୍ଚତ୍ୟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri