Posted inଖେଳ

ପାକିସ୍ତାନରେ ସୁରକ୍ଷା ଯାଞ୍ଚ କରିବ ଆଇସିସି

ଲାହୋର,୧୬।୯: ଶ୍ରୀଲଙ୍କା ଦଳର ପାକିସ୍ତାନ ଗସ୍ତ ନେଇ ଚାଲିଥିବା ଅନିଶ୍ଚିତତା ଜାରି ରହିଛି। ଏଥିରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ହସ୍ତକ୍ଷେପ କରିବାକୁ ପଡ଼ିଛି। ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ ଲାଗି ମ୍ୟାଚ୍‌ ଅଫିସିଆଲ ନିଯୁକ୍ତ କରିବା ପୂର୍ବରୁ ଦୁଇ ଭେନ୍ୟୁରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବ ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ଏ ନେଇ ପାକିସ୍ତାନ ଉର୍ଦ୍ଦୁ ଦୈନିକ ଖବରକାଗଜ ‘ଡେଲି ଜାଙ୍ଗ’ରେ ରିପୋର୍ଟ ପ୍ରକାଶ ପାଇଛି। ସିରିଜ ଲାଗି ନ୍ୟାଚୁରାଲ ଅମ୍ପାୟର ଓ ରେଫରି ନିଯୁକ୍ତ କରିବା ପାଇଁ ଦୁଇ ବୋର୍ଡକୁ ଏହାର ଦାୟିତ୍ୱ ଦିଆଯାଇଛି। ୨୦୧୫ରେ ପାକିସ୍ତାନରେ ଅନ୍ତିମ ଥର ଜିମ୍ବାଓ୍ବେ ବିପକ୍ଷରେ ଅନ୍ତର୍ଜାତୀୟ ସିରିଜ୍‌ ଆୟୋଜିତ ହୋଇଥିଲା। ପାକିସ୍ତାନ ଗସ୍ତ ପୂର୍ବରୁ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ଅଫିସକୁ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ ମିଳିଥିଲା। ଏହାପରେ ଶ୍ରୀଲଙ୍କା କ୍ରିକେଟ ପୁଣି ଥରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବା ନେଇ କହିଥିଲେ। ତେବେ ସିରିଜ୍‌ କୌଣସି ନ୍ୟାଚୁରାଲ ଭେନ୍ୟୁରେ ଖେଳାଯିବ ନାହିଁ ବୋଲି ପିସିବି ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri