Posted inଜାତୀୟ

ପାକିସ୍ତାନରେ ସ୍ବାମୀଙ୍କୁ ଛାଡି ଭାରତ ଫେରିଲେ ଅଞ୍ଜୁ

ନୂଆଦିଲ୍ଲୀ,୨୯।୧୧: ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡ଼ିବା ପରେ ଭାରତ ଛାଡି ପାକିସ୍ତାନ ପଳାଇଥିବା ଅଞ୍ଜୁ ଫେରି ଆସିଛନ୍ତି। ଅଞ୍ଜୁ ବୁଧବାର ୱାଘା ସୀମା ଦେଇ ଭାରତ ଫେରିଛନ୍ତି। ସେ ପ୍ରାୟ ୬ ମାସ ପୂର୍ବରୁ ଭାରତରୁ ପାକିସ୍ତାନରେ ପହଞ୍ଚିଥିଲେ। ପାକିସ୍ତାନରେ ପହଞ୍ଚିବା ପରେ ସେ ତାଙ୍କ ପାକିସ୍ତାନୀ ବନ୍ଧୁ ନାସରୁଲ୍ଲାଙ୍କୁ ବିବାହ କରିଥିଲେ।
୩୪ ବର୍ଷୀୟ ଅଞ୍ଜୁ ଜୁଲାଇରେ ପାକିସ୍ତାନର ଖାଇବର ପାଖ୍ଟନଖୱା ଯାଇ ତାଙ୍କ ଫେସବୁକ ବନ୍ଧୁ ନାସରୁଲ୍ଲାଙ୍କୁ ଭେଟିଥିଲେ। ଅଞ୍ଜୁ ଇସଲାମ ଧର୍ମ ଗ୍ରହଣ କରିବା ପରେ ନାସରୁଲ୍ଲାଙ୍କୁ ବିବାହ କରିଥିଲେ। ଏହା ସହିତ ଅଞ୍ଜୁ ତାଙ୍କ ନାମ ଫାତିମାରେ ପରିବର୍ତ୍ତନ କରିଥିବା ମଧ୍ୟ ଚର୍ଚ୍ଚା ହୋଇଥିଲା। ଅଞ୍ଜୁ ଏବଂ ନାସରୁଲ୍ଲା ଅଗଷ୍ଟରେ ବିବାହ ପରେ ପ୍ରଥମ ଥର ପାଇଁ ପେଶାୱାରରେ ରହୁଥିଲେ।
ଗତ ସେପ୍ଟେମ୍ବରରେ ଅଞ୍ଜୁଙ୍କ ସ୍ବାମୀ ନାସରୁଲ୍ଲା କହିଥିଲେ, ତାଙ୍କ ସ୍ତ୍ରୀ ମାନସିକ ସ୍ତରରେ ବିବ୍ରତ ଅଛନ୍ତି ଏବଂ ମୋ ପିଲାମାନଙ୍କୁ ଖରାପ ବ୍ୟବହାର କରୁଛନ୍ତି। ତେଣୁ ଅଞ୍ଜୁ ନିଜ ପିଲାମାନଙ୍କୁ ଭେଟିବା ପାଇଁ ତାଙ୍କ ଦେଶକୁ ଯିବା ଭଲ।
ଅଞ୍ଜୁ ରାଜସ୍ଥାନର ବାସିନ୍ଦା ଅରବିନ୍ଦଙ୍କୁ ବିବାହ କରିଥିଲେ। ତାଙ୍କର ୧୫ ବର୍ଷର ଝିଅ ଏବଂ ଛଅ ବର୍ଷର ପୁଅ ଅଛି। ସେ ତାଙ୍କ ସ୍ବାମୀ ଅରବିନ୍ଦଙ୍କୁ ଜୟପୁର ଯାଉଛି କହି ପାକିସ୍ତାନ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri