Posted inଖେଳ

ପାକିସ୍ତାନର ସଂଘର୍ଷପୂର୍ଣ୍ଣ ବିଜୟ

ଲିଡ୍ସ,୩୦।୬(ପି.ଟି.)- ଆଇସିସି ବିଶ୍ୱକପ୍‌ର ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ପାକିସ୍ତାନ ୨ଟି ବଲ ବାକି ରଖି ୩ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଟସ୍‌ ଜିତି ଆଫଗାନିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୨୭ ରନ କରିଥିଲା। ଜବାବରେ ପାକିସ୍ତାନ ବିପର୍ଯ୍ୟୟ ସତ୍ତ୍ୱେ ୪୯.୪ ଓଭରରେ ୭ ଉଇକେଟ ହରାଇ ୨୩୦ ରନ କରି ବିଜୟୀ ହୋଇଛି। ଏଥି ସହିତ ପାକିସ୍ତାନ ୮ଟି ମ୍ୟାଚ୍‌ ଖେଳି ୪ ବିଜୟ, ୩ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୯ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନକୁ ଉଠି ତା’ର ସେମିଫାଇନାଲ ଆଶା ଉଜ୍ଜୀବିତ ରଖିଛି। ଅନ୍ୟପଟେ ଆଫଗାନିସ୍ତାନ ୮ଟି ମ୍ୟାଚ୍‌ ଖେଳି ସବୁଥିରେ ପରାସ୍ତ ହୋଇ ବିନା ପଏଣ୍ଟ ସହ ତାଲିକାର ଅନ୍ତିମ ତଥା ଦଶମ ସ୍ଥାନରେ ରହିଛି। ମୂଲ୍ୟବାନ ୨ ଉଇକେଟ ନେବା ସହ ଅପରାଜିତ ୪୯ ରନର ଇନିଂସ ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଇମାଦ ଓ୍ବାସିମ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୨୮ ରନର ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ପାକିସ୍ତାନ ତାରକା ଓପନର ଫକର ଜମାନଙ୍କୁ ବିନା ସ୍କୋରରେ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଦ୍ୱିତୀୟ ଉଇକେଟରେ ଇମାମ ଉଲ ହକ ଓ ବାବର ଆଜମ ୭୨ ରନ ସଂଗ୍ରହ କରିଥିଲେ। ଇମାମ ୩୬ ଓ ଆଜମ ୪୫ ରନକରି ମହମ୍ମଦ ନବୀଙ୍କ ଶିକାର ହୋଇଥିଲେ। ଏହାପରେ ଅଭିଜ୍ଞ ମହମ୍ମଦ ହାଫିଜ୍‌ ୧୯ ରନ କରିଥିବା ବେଳେ ମୁଜିବ ଉର ରହମାନଙ୍କ ଦ୍ୱାରା ଆଉଟ ହୋଇଥିଲେ। ଇନ୍‌ଫର୍ମ ହାରିସ ସୋହେଲ ୨୭ ରନ କରି କ୍ରିଜ୍‌ରେ ଜମି ଆସୁଥିବା ବେଳେ ରସିଦ ଖାଁଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଅଧିନାୟକ ସର୍ଫରାଜ ଅହମ୍ମଦ ୧୮ ରନ କରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ୍‌ ହୋଇଥିଲେ। ଏହାପରେ ୧୧ ରନ କରିଥିବା ବେଳେ ଶଦାବ ଖାଁ ମଧ୍ୟ ରନ୍‌ ଆଉଟ ହୋଇଥିଲେ। ସପ୍ତମ ଉଇକେଟରେ ଇମାଦ ଓ୍ବାସିମ ଓ ଶଦାବ ୫୦ ରନକରି ସ୍ଥିତି ସମ୍ଭାଳିଥିଲେ। ଇମାଦ ୫୪ ବଲରୁ ୫ ଚୌକା ସହ ୪୯ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ସେହିପରି ୯ ବଲରୁ ୧ ଚୌକା ଓ ୧ ଛକା ସହ ଓ୍ବାହାବ ରିୟାଜ ୧୫ ରନ କରି ଅପରାଜିତ ରହିଥିଲେ। ସପ୍ତମ ଉଇକେଟରେ ଓ୍ବାସିମ ଓ ରିୟାଜ ୧୮ ବଲରୁ ଦ୍ରୁତ ୨୪ ରନ କରି ଦଳକୁ ସଂଘର୍ଷପୂର୍ଣ୍ଣ ବିଜୟ ପ୍ରଦାନ କରିଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ରହମାନ ଓ ନବୀ ୨ଟି ଲେଖାଏ, ରସିଦ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ଅଧିନାୟକ ଗୁଲବଦିନ ନାଇବଙ୍କୁ ସଅଳ ହରାଇଥିଲା। ନାଇବ ୧୫ ରନ କରି ଆଫ୍ରିଦୀଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅନ୍ୟତମ ଓପନର ରହମତ ଶାହ ୩୫ ରନ କରି ସ୍ପିନର ଇମାଦ ଓ୍ବାସିମଙ୍କ ଶିକାର ହୋଇଥିଲେ। ୫୭ ରନରେ ୩ ଉଇକେଟ ହରାଇ ଆଫଗାନିସ୍ତାନ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ଅସଘର ଆଫଗାନ ଓ ନାଜିବୁଲ୍ଲା ଜଡ୍ରାନ ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ଆଫଗାନ ୩୫ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୨ ଛକା ସହ ୪୨ ରନ କରି ଆଉଟ ହୋଇଥିଲେ। ସେହିପରି ନାଜିବୁଲ୍ଲା ୫୪ଟି ବଲର ସମ୍ମୁଖୀନ ହୋଇ ୪୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଇକ୍ରାମ ଅଲିଖିଲ ୨୪, ମହମ୍ମଦ ନବି ୧୬ ରନ କରି ଆଉଟ ହୋଇଥିଲେ। ସମିଉଲ୍ଲା ସେନଓ୍ବାରି ୧୯ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଆଫ୍ରିଦୀ ସର୍ବାଧିକ ୪, ଇମାଦ ଓ୍ବାସିମ ଓ ଓ୍ବାହାବ ରିୟାଜ ଦୁଇଟି ଲେଖାଏ, ଶଦାବ ଖାଁ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୫୦ ଓଭରରେ ୨୨୭/୯ (ଅସଘର- ୪୨, ନାଜିବୁଲ୍ଲା- ୪୨, ରହମତ- ୩୫, ଅଲିଖିଲ- ୨୪, ଆଫ୍ରିଦୀ- ୪/୪୭, ଓ୍ବାସିମ- ୨/୪୮, ରିୟାଜ- ୨/୨୯)।
ପାକିସ୍ତାନ ୪୯.୪ ଓଭରରେ ୨୩୦/୭ (ବାବର- ୪୫, ଇମାଦ- ୪୯*, ଇମାମ- ୩୬, ସୋହେଲ- ୨୭, ରିୟାଜ- ୧୫*, ରହମାନ- ୨/୩୪, ନବୀ- ୨/୨୩ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri