Posted inଖେଳ

ପାକିସ୍ତାନ ଗସ୍ତ ଲାଗି ଓ୍ବେଷ୍ଟଇଣ୍ଡିଜକୁ ଦିଆଯାଇଥିଲା ଅଧିକ ଅର୍ଥ

କରାଚୀ,୭।୩(ପି.ଟି.)- ଦୁଇ ବର୍ଷ ପୂର୍ବେ ଓ୍ବେଷ୍ଟଇଣ୍ଡିଜ ଦଳ ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ କରିଥିଲା। ଏଥିନେଇ ଭ୍ରମଣକାରୀ ଦଳର ସଦସ୍ୟଙ୍କୁ ଅଧିକ ଅର୍ଥ ଦିଆଯାଇଥିଲା ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ଏହସାନ ମାନି କହିଛନ୍ତି। ନ୍ୟାଶନାଲ ଆସେମ୍ବଲି ଷ୍ଟାଣ୍ଡିଂ କମିଟିରେ ପିସିବି ମୁଖ୍ୟ ମାନି କହିଛନ୍ତି, ବୋର୍ଡ ପାକିସ୍ତାନ ଗସ୍ତ କରିଥିବା ପ୍ରତ୍ୟେକ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କୁ ୨୫ ହଜାର ଆମେରିକୀୟ ଡଲାର ଦେଇଥିଲା। ଏହା ଭାରତୀୟ ମୁଦ୍ରାରେ ପ୍ରାୟ ସାଢ଼େ ୧୮ ଲକ୍ଷ ଟଙ୍କା। ସେହିଭଳି ଅନ୍ୟ ଏକ ଦଳକୁ ପାକିସ୍ତାନରେ ଅନ୍ତର୍ଜାତୀୟ ସିରିଜ୍‌ ଖେଳିବା ଲାଗି ଖେଳାଳି ପିଛା ୧୫ ହଜାର ଡଲାର ପ୍ରଦାନ କରାଯାଇଥିଲା। ୨୦୦୯ରେ ଶ୍ରୀଲଙ୍କା ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ପରେ କୌଣସି ଅନ୍ତର୍ଜାତୀୟ ଦଳ ପାକିସ୍ତାନ ଗସ୍ତ କରିବାକୁ ଚାହୁଁ ନ ଥିଲେ। ଏଣୁ ଭ୍ରମଣକାରୀ ଦଳକୁ ଆକୃଷ୍ଟ କରିବା ଲାଗି ପିସିବି ଏଭଳି କରିଥିଲା। ଏହାପରେ ଅନ୍ୟ କୌଣସି ଭ୍ରମଣକାରୀ ଦଳକୁ ପ୍ରାପ୍ୟରୁ ଅଧିକ ଦିଆଯାଇନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ନିକଟରେ ଶ୍ରୀଲଙ୍କା ଓ ବାଂଲାଦେଶ ବିପକ୍ଷ ସିରିଜ୍‌ ସମ୍ପୂର୍ଣ୍ଣ ଅଫିସିଆଲ ଥିଲା। ଏଥିନେଇ ପ୍ରାପ୍ୟ ଅନୁଯାୟୀ ଖେଳାଳିଙ୍କୁ ଦରମା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri