Posted inଖେଳ

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ଦୁଇଜଣଙ୍କୁ ବ୍ୟାକ୍‌-ଅପ୍‌ ଖେଳାଳି ଭାବେ ଦଳ ସହ ଇଂଲଣ୍ଡରେ ରହିବାକୁ ଅନୁମତି ପ୍ରଦାନ କରିଛି। ୟୁଏଇରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ୨ଟି ଶତକ ହାସଲ କରିବା ସତ୍ତ୍ୱେ ଉଇକେଟ୍‌କିପର ରିଜଓ୍ବାନ ବିଶ୍ୱକପ୍‌ ଲାଗି ଘୋଷିତ ୧୫ ଜଣିଆ ପାକିସ୍ତାନ ଦଳରେ ସ୍ଥାନ ପାଇପାରି ନ ଥିଲେ। ସେହିଭଳି ଆବିଦ୍‌ ପ୍ରିଲିମିନାରୀ ଦଳରେ ସ୍ଥାନ ପାଇଥିଲେ ମଧ୍ୟ ଫାଇନାଲ ଟିକେଟ୍‌ରୁ ବଞ୍ଚତ୍ତ ହୋଇଥିଲେ। ତାଙ୍କ ସ୍ଥାନରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଆସିଫ୍‌ ଅଲିଙ୍କୁ ବିଶ୍ୱକପ୍‌ ସୁଯୋଗ ମିଳିଥିଲା। ନିକଟରେ ପାକିସ୍ତାନ ସୀମିତ ଓଭର ସିରିଜ ଖେଳିବା ଲାଗି ଇଂଲଣ୍ଡ ଟୁର୍‌ ଯାଇଥିଲା। ସେହି ଦଳରେ ଏହି ଦୁଇ ଖେଳାଳି ସ୍ଥାନ ପାଇଥିଲେ। ତେଣୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ ବଦଳରେ ସେମାନେ ବିଶ୍ୱକପ୍‌ ଲାଗି ବ୍ୟାକ୍‌-ଅପ୍‌ ଖେଳାଳିଭାବେ ଦଳ ସହ ଇଂଲଣ୍ଡରେ ରହିବାକୁ ଟିମ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?