Posted inଖେଳ

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଆମୀରଙ୍କ ସ୍ଥାନ ନାହିଁ

କରାଚୀ, ୧୯।୪(ପି.ଟି.)- ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ପାକିସ୍ତାନ ଦଳ ଘୋଷିତ ହୋଇଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମୀରଙ୍କୁ ଘୋଷିତ ୧୫ଜଣିଆ ଦଳରୁ ବାଦ୍‌ ଦିଆଯାଇଛି। ବ୍ୟାଟ୍ସମ୍ୟାନ ଅବିଦ୍‌ ଅଲିଙ୍କୁ ଦଳରେ ସାମିଲ କରାଯାଇଛି। ମୁଖ୍ୟ ଚୟନକର୍ତ୍ତା ଇଞ୍ଜାମାମା-ଉଲ-ହକ ଏହି ଦଳ ଘୋଷଣା କରିଥିଲେ। ଦୁଇଜଣ ରିଜର୍ଭ ଖେଳାଳିଙ୍କ ନାମ ମଧ୍ୟ ସେ ଘୋଷଣା କରିଥିଲେ। ୨୦୧୭ ଚାମ୍ପିୟନ୍ସ ଟ୍ରଫି ଦଳରେ ୧୧ଜଣ ଖେଳାଳିଙ୍କୁ ଏହି ଦଳରେ ବଜାୟ ରଖାଯାଇଛି ବୋଲି ସେ କହିଛନ୍ତି। ଏହି ଦଳ ବିଶ୍ୱକପ୍‌ରେ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶାପ୍ରକାଶ କରି କହିଛନ୍ତି। ଚାମ୍ପିୟନ୍ସ ଟ୍ରଫି ପରେ ଆମୀର ୧୪ଟି ଦିନିକିଆ ଖେଳି ମାତ୍ର ୫ଟି ଉଇକେଟ ହାସଲ କରିଛନ୍ତି। ଫଳରେ ଚୟନକର୍ତ୍ତା ଆମୀରଙ୍କୁ ଅଣଦେଖା କରିଛନ୍ତି। ଅନ୍ୟପଟେ ଅଭିଜ୍ଞ ସୋଏବ ମଲିକ ଓ ମହମ୍ମଦ ହାଫିଜଙ୍କ ଉପରେ ଚୟନକର୍ତ୍ତା ଭରସା କରିଛନ୍ତି। ହାର୍ଡ ହିଟିଂ ବ୍ୟାଟ୍ସମ୍ୟାନ ଆସିଫ୍‌ ଅଲି ଓ ଅମାର ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଓ ବିଶ୍ୱକପ୍‌ ପୂର୍ବରୁ ଖେଳାଯିବାକୁ ଥିବା ସାଇଡ ମ୍ୟାଚ୍‌ ପାଇଁ ରିଜର୍ଭ ଖେଳାଳିଭାବେ ଦଳରେ ସାମିଲ ହୋଇଛନ୍ତି ଇଞ୍ଜାମାମ ଘୋଷଣା କରିଛନ୍ତି।

ପାକିସ୍ତାନ ବିଶ୍ୱକପ ଦଳ: ସର୍ଫରାଜ ଅହମ୍ମଦ (ଅଧିନାୟକ), ଫଖାର ଜମାନ, ଇମାମ-ଉଲ-ହକ, ଅବିଦ ଅଲି, ବାବର ଆଜମ, ସୋଏବ ମଲିକ, ହାରିସ୍‌ ସୋହେଲ, ମହମ୍ମଦ ହାଫିଜ୍‌, ସଦାବ ଖାଁ, ଇମାଦ ଓ୍ବାସିମ, ହାସନ ଅଲି, ଫହିମ ଆଶ୍ରଫ୍‌, ଶାହିନ ଶାହ ଆଫ୍ରିଦି, ଜୁନେଦ୍‌ ଖାଁ ଓ ମହମ୍ମଦ ହାସନେନ।

ରିଜର୍ଭ ଖେଳାଳି: ଆସିଫ ଅଲି ଓ ମହମ୍ମଦ ଆମୀର


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri