Posted inଖେଳ

ପାକିସ୍ତାନ ବ୍ୟାଟ୍ସମ୍ୟାନଙ୍କୁ ୧୭ ମାସ ଜେଲ

ଲଣ୍ଡନ,୮।୨- ପୂର୍ବତନ ପାକିସ୍ତାନ ବ୍ୟାଟ୍ସମ୍ୟାନ ନାସିର ଜାମଶେଦ ସ୍ପଟ୍‌ ଫିକ୍ସିଂରେ ଜଡ଼ିତ ଥିଲେ। ତାଙ୍କୁ ଶୁକ୍ରବାର ୧୭ ମାସ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। ୩୦ ବର୍ଷୀୟ ଜାମଶେଦଙ୍କ ସହ ଅନ୍ୟ ଦୁଇ କ୍ରିକେଟର ୟୁସେଫ ଅନଓ୍ବାର (୩୬) ଓ ମହମ୍ମଦ ଇଜାଜ (୩୪)ଙ୍କୁ ଗତ ଫେବୃୟାରୀରେ ନ୍ୟାଶନାଲ କ୍ରାଇମ ଏଜେନ୍ସି ଦ୍ୱାରା ଗିରଫ କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅନଓ୍ବାରଙ୍କୁ ୩ ବର୍ଷ ଓ ୪ ମାସ ଏବଂ ଇଜାଜଙ୍କୁ ଅଢ଼େଇ ବର୍ଷ ପାଇଁ ଜେଲ ଦଣ୍ଡାଦେଶରେ ଦଣ୍ଡିତ କରାଯାଇଛି। ସେଣ୍ଟ୍ରାଲ ଇଂଲଣ୍ଡ ବାସିନ୍ଦା ଜାମଶେଦ୍‌ ପାକିସ୍ତାନ ପକ୍ଷରୁ ସମସ୍ତ ଫର୍ମାଟରେ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିଛନ୍ତି। ସ୍ପଟ୍‌ ଫିକ୍ସିଂ ଷଡ଼ଯନ୍ତ୍ରରେ ସାମିଲ ଥିବା ଏହି ତିନି କ୍ରିକେଟର ଗତ ଶୁଣାଣିରେ ସ୍ବୀକାର କରି ନେଇଥିଲେ। ମାଞ୍ଚେଷ୍ଟର କ୍ରାଉନ କୋର୍ଟ ଜଜ୍‌ ରିଚାର୍ଡ ମାନଶେଲ କହିଛନ୍ତି, ଅନଓ୍ବାର ଓ ଇଜାଜ ଅପରାଧରେ ଜଡ଼ିତ ଥିଲେ। କିନ୍ତୁ ଜାମଶେଦ୍‌ ଅର୍ଥ ପ୍ରୋଲୋଭନର ଶିକାର ହୋଇଥିଲେ। ଉଲ୍ଲେଖଯୋଗ୍ୟ, ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ) ୨୦୧୬ ସଂସ୍କରଣର ଶେଷ ଆଡ଼କୁ ଓ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ୨୦୧୭ ଫେବୃୟାରୀରେ ସ୍ପଟ୍‌ ଫିକ୍ସିଂ ହୋଇଥିଲା। ଉଭୟ ଘଟଣାରେ ଓପନିଂ ବ୍ୟାଟ୍ସମ୍ୟାନ ୩୦ ହଜାର ୟୁରୋ ପାଇଁ ଓଭରର ପ୍ରଥମ ବଲକୁ ଡଟ୍‌ କରିବା ଲାଗି ରାଜି ହୋଇଥିଲେ। ପରେ ସେ ଅନ୍ୟ ଖେଳାଳିଙ୍କୁ ସ୍ପଟ୍‌ ଫିକ୍ସିଂ ପାଇଁ ପ୍ରଲୋଭନ ଦେଇଥିଲେ। ଗତବର୍ଷ ତାଙ୍କୁ ପିସିବିର ଆଣ୍ଟି କରପଶନ ୟୁନିଟ ୧୦ ବର୍ଷ ପାଇଁ ବାସନ୍ଦ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri