Posted inଖେଳ

ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ମା’ଙ୍କୁ ଫୋନରେ ଏମିତି କହିଥିଲେ ଯଶସ୍ବୀ

ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦ ଉଇକେଟରେ ହରାଇ ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ ପ୍ରବେଶ କରିଛି ଭାରତ। ଜବରଦସ୍ତ ଫର୍ମରେ ଥିବା ୧୮ ବର୍ଷୀୟ ଯଶସ୍ବୀ ନିଜର ପ୍ରଥମ ବିଶ୍ୱକପ୍‌ ଶତକ ମାରିଛନ୍ତି। ସେମିଫାଇନାଲରେ ସେ ୧୧୩ ବଲରେ ୮ ଚୌକା ଓ ୪ ଛକା ସହ ୧୦୫ ରନ୍‌ କରିଛନ୍ତି। ଭାରତ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଯଶସ୍ବୀଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ହେଉଛି। ସେ ଭାରତୀୟ କ୍ରିକେଟର ଆଗାମୀ ଷ୍ଟାର୍‌ ବୋଲି କ୍ରିକେଟ ପଣ୍ଡିତମାନେ କହିଛନ୍ତି। ଜୀବନରେ ଅନେକ ସଂଘର୍ଷ ସହି କ୍ରିକେଟରେ କ୍ୟାରିୟର ଗଢିଥିବା ଯଶସ୍ବୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ମା’ କାଞ୍ଚନ ଯଶଓ୍ବାଲଙ୍କୁ ଫୋନ କରିଥିଲେ। ଆଜିର ମ୍ୟାଚ୍‌ରେ ଭଲ ପଦର୍ଶନ କରିବାକୁ ଚାହୁଁଛି। ଦଳକୁ ଫାଇନାଲରେ ପହଞ୍ଚାଇ ଚାମ୍ପିୟନ କରାଇବା ମୋର ଏକମାତ୍ର ଲକ୍ଷ ବୋଲି ସେ କହିଥିଲେ ବୋଲି ତାଙ୍କ ମା’ କହିଛନ୍ତି। ସୂଚନାଯୋଗ୍ୟ, ଯଶସ୍ବୀ ଖୁବ କମ ବୟସରୁ କ୍ରିକେଟ ଖେଳିବାର ସ୍ବପ୍ନ ନେଇ ଘର ଛାଡି ଉତ୍ତର ପ୍ରଦେଶରୁ ମୁମ୍ବାଇ ଚାଲିଆସିଥିଲେ। ଏଠାରେ ଦାଦାଙ୍କ ଭଡା ଘରେ ରହି କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ମାସକୁ ମାସ ତାଙ୍କ ବାପା କିଛି ଟଙ୍କା ପଠାନ୍ତି। କିନ୍ତୁ ସେଥିରେ ଟ୍ରେନିଂ ନେବା ସମ୍ଭବ ନ ଥିଲା। ଆଜାଦ ମୈଦାନରେ ରାମଲୀଳା ଚାଲିଥିବାବେଳେ ସେଠାରେ ଗୁପଚୁପ ବିକ୍ରି କରୁଥିଲେ ଯଶସ୍ବୀ। ଏଥିରେ ଯାହା କିଛି ଲାଭ ମିଳୁଥିଲା ସେଥିରେ କ୍ରିକେଟ ଟ୍ରେନିଂ ନେବା ଆରମ୍ଭ କଲେ। ସେଠାରେ କୋଚ ଜ୍ୱାଲା ସିଂଙ୍କ ସହ ଭେଟ ହୋଇଥିଲା। ଏହାପରେ ତାଙ୍କ ଜୀବନ ସମ୍ପୂର୍ଣ୍ଣ ବଦଳିଯାଇଥିଲା। କ୍ରିକେଟରେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢିଚାଲିଲେ। ଯଶସ୍ବୀଙ୍କର ଭାରତୀୟ ଅଣ୍ଡର-୧୯ ଦଳ ପାଇଁ ଚୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri