ପାକିସ୍ତାନ ଲିଙ୍କ୍‌ ଅଭିଯୋଗ: ବିଧାନସଭାରେ କେୟାର ହସ୍ପିଟାଲ ପ୍ରସଙ୍ଗ ଉଠାଇଲେ ବିରୋଧୀ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍‌ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲେ।
ବୁଧବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ପ୍ରଦୀପ୍ତ କହିଥିଲେ ଯେ, କେୟାର ହସ୍ପିଟାଲକୁ ବିକ୍ରି କରିବା ପାଇଁ ଯୋଜନା ଚାଲିଛି, ଯାହା ନାମରେ କିଡ୍‌ନୀ ଚୋରି ଅଭିଯୋଗ ରହିଛି। ଜଣେ ପାକିସ୍ତାନୀ ଏହି ହସ୍ପିଟାଲକୁ କିଣିବାକୁ ଚେଷ୍ଟା କରୁଛନ୍ତି। ସେହିପରି ହସ୍ପିଟାଲର ଏନଓସି ନ ଥିବା ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଅଭିଯୋଗ ଆସିବା ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ, ତଦନ୍ତ ରିପୋର୍ଟ ଆଧାରରେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ। ବିରୋଧୀ ଗୃହରେ ଏହି ପ୍ରସଙ୍ଗ ଉଠାଇବା ପରେ ତୁରନ୍ତ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ କେୟାର ହସ୍ପିଟାଲରେ ଯାଞ୍ଚ କରାଯାଇଥିଲା। ହସ୍ପିଟାଲର ମେଡିସିନ ଷ୍ଟକ, ରେଜିଷ୍ଟର, ବାହାରୁ ଆସୁଥିବା ମେଡିସିନର ବିଲ ଇତ୍ୟାଦି ଯାଞ୍ଚ ହୋଇଥିଲା। ଅପରପକ୍ଷେରେ କେୟାର ହସ୍ପିଟାଲ ସିଓଓ ଗୁରିତ୍‌ କୌର ସେଠୀ ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଥିଲେ। ସେ କହିଥିଲେ ଯେ, ହସ୍ପିଟାଲ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗ ଭିତ୍ତିହୀନ, ମିଥ୍ୟା ଓ କପୋଳକଳ୍ପିତ। ପାକିସ୍ତାନ ସହ ହସ୍ପିଟାଲର କୌଣସି ଲିଙ୍କ ନାହିଁ। ଏହା ଆମେରିକାର ଏଭର କେୟାର ହେଲ୍‌ଥ ଫଣ୍ଡ ମାଲିକାନାରେ ରହିଛି। ଏଥିସହିତ ହସ୍ପିଟାଲର ଏନଓସି ନ ଥିବା ଅଭିଯୋଗକୁ ମଧ୍ୟ ସେ ଖଣ୍ଡନ କରିଛନ୍ତି। ସେହିପରି ଭୁବନେଶ୍ୱର କେୟାର ହସ୍ପିଟାଲରେ ଆଜି ପର୍ଯ୍ୟନ୍ତ ଗୋଟିଏ ବି କିଡ୍‌ନୀ ପ୍ରତିରୋପଣ ହୋଇନାହିଁ। ହସ୍ପିଟାଲର ନାମକୁ ବଦନାମ୍‌ କରିବାକୁ ପ୍ରୟାସ କରାଯାଇଥିବା ଗୁରିତ୍‌ ପ୍ରେସ୍‌ ବିଜ୍ଞପ୍ତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ସମ୍ପର୍କରେ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri