ପାକିସ୍ତାନ ସଂସଦରେ ହଙ୍ଗାମା: ‘ଗୋ ନିୟାଜି ଗୋ’ ସ୍ଲୋଗାନ ଦେଲେ ବିରୋଧୀ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ସଂସଦରେ ଗୁରୁବାର ଆୟୋଜିତ  ଯୁଗ୍ମ ଅଧିବେଶନରେ ହଙ୍ଗାମା ହୋଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାର୍ଯ୍ୟକାଳ ୧ବର୍ଷ ପୂର୍ତ୍ତି ଅବସରରେ ଏହି ଅଧିବେଶନ ଡକାଯାଇଥିଲା। ଅଧିବେଶନ ଆରମ୍ଭ ହେବା ମାତ୍ରେ ରାଷ୍ଟ୍ରପତି ଆରିଫ ଆଲଓ୍ବି ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଂଶସା କରିଥିଲେ। ସେହି ସମୟରେ ବିରୋଧି ଦଳର ନେତାମାନେ ସଂସଦରେ ଇମ୍ରାନଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ହଟ୍ଟଗୋଳ କରିଥିଲେ। ‘ଗୋ ନିୟାଜି ଗୋ’ କହି ସ୍ଲୋଗାନ ଦେବା ପରେ ଇମ୍ରାନ ଖାଁଙ୍କ ଦଳ ତେହରିକ-ଇ-ଇନ୍‌ଶାଫ ଓ ପାକିସ୍ତାନ ପିପୁଲ୍ସ ଦଳ ମୁହାଁମୁହଁି ହୋଇଥିଲେ। ପରସ୍ପର ମଧ୍ୟରେ ମାଡ଼ପିଟ ହୋଇଥିଲା। ସୂଚନାଯୋଗ୍ୟ, ଇମ୍ରାନଙ୍କ ପୁରା ନାମ ଇମ୍ରାନ ଅହମ୍ମଦ ଖାଁ ନିୟାଜୀ ହୋଇଥିବା ବେଳେ ବିରୋଧୀ କେବଳ ନିୟାଜୀ ନଁାକୁ ବ୍ୟବହାର କରି ତାଙ୍କ ଉପରେ ବର୍ଷିଥିଲେ। ଏଥିସହ ପ୍ରଧାନମନ୍ତ୍ରୀଙ୍କ ବିଦେଶ ନୀତି ଉପରେ ପ୍ରଶ୍ନ ଉଠାଇ ସବୁ ମଞ୍ଚରେ ତାଙ୍କୁ ମିଳୁଥିବା ବିଫଳତା ଯୋଗୁ ବିରୋଧୀ ଭର୍ତ୍ସନା କରିଥିଲେ। ଏହି ସମୟରେ ଜଣେ ମହିଳା ଏମ୍‌ପିଙ୍କୁ ମଧ୍ୟ ଠେଲାପେଲା କରାଯାଇଥିବା ନେଇ ଜଣାପଡ଼ିଛି। ଏହି ଘଟଣା ଘଟିବା ସମୟରେ ସଂସଦରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ନୌସେନା, ବାୟୁସେନା ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହାର ଏକ ଭିଡିଓକୁ ପାକିସ୍ତାନର ବରିଷ୍ଠ ମହିଳା ଖବରଦାତା ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?