ପାକିସ୍ତାନ ସରକାର ବନ୍ଦ କରିବାକୁ ଯାଉଛନ୍ତି ୪ଶହ ବିଭାଗ: ଫୟାଦ ଚୌଧୁରୀ

ଇସ୍‌ଲାମାବାଦ,୧୭।୧୦: ପୁଣି ଚର୍ଚ୍ଚାରେ ଇମ୍ରାନ ଖାଁଙ୍କ ସରକାରର ମନ୍ତ୍ରୀ ଫୟାଦ ଚୌଧୁରୀ। ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସୁଥିବା ଏହି ମନ୍ତ୍ରୀ ପୁଣିଥରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଏବେ ପାକିସ୍ତାନ ସରକାର ୪ଶହ ବିଭାଗ ବନ୍ଦ କରିବାକୁ ଯାଉଛନ୍ତି। ତେଣୁ ଚାକିରି ପାଇଁ ଆଉ ସରକାରଙ୍କ ଆଡେ ନ ଅନାଇବାକୁ ସେ ପାକିସ୍ତାନବାସୀଙ୍କୁ କହିଛନ୍ତି। ଇମ୍ରାନ ଖାଁଙ୍କ ନେତୃତ୍ୱାଧୀନ ସରକାର ଏକ କୋଟି ରୋଜଗାର ସୁବିଧା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ଶାସନ କ୍ଷମତାକୁ ଆସିଥିଲେ। ହେଲେ ତାଙ୍କ ମନ୍ତ୍ରୀଙ୍କ ଏହି କଥା ଏବେ ପାକିସ୍ତାନବାସୀଙ୍କ ରାଗର କାରଣ ପାଲଟିଛି। ଏହାପରେ ପାକିସ୍ତାନ ମିଡିଆରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଫୟାଦ କହିଛନ୍ତି ସେ ସେମିତି କିଛି କହି ନାହାନ୍ତି। ହେଲେ ଗଣମାଧ୍ୟମରେ ତାଙ୍କ କଥାକୁ ଓଲଟା ସିଧା କରି ପରିବେଷଣ କରାଯାଉଛି। ଦେଶର ଆର୍ଥିକ ପରିସ୍ଥିତିକୁ ଦେଖି ସରକାର ପ୍ରାୟ ୪ଶହ ବିଭାଗ ବନ୍ଦ କରିଦେବା ସେ ସୂଚନା ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri