Posted inଖେଳ

ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ

କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି ହକି ଷ୍ଟାଡିୟମଠାରେ ଚାଲିଥିବା ଜାତୀୟ ଚାମ୍ପିୟନଶିପବେଳେ ପହଞ୍ଚତ୍ ସଭିଙ୍କୁ ଚକିତ କରିଦେଇଥିଲେ। ସେଠାରେ ସେ ଖେଳାଳିଙ୍କୁ ଭେଟିବା ସହ ହକି ଖେଳିଥିଲେ। ହକି ଆମ ଦେଶର ଜାତୀୟ କ୍ରୀଡ଼ା। ଏହା ଦେଶ ପାଇଁ ବହୁ ସଫଳତା ଆଣି ଦେଇଛି। ଆମେ ୪ ଥର ବିଶ୍ୱକପ୍‌, ୩ ଥର ଅଲିମ୍ପିକ୍‌ ଓ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ପାଇଛୁ। ତେବେ ହକିକୁ କେଉଁ କାରଣରୁ ହେଳା କରାଯାଉଛି ବୋଲି ହୟାତ ପ୍ରଶ୍ନ କରିଛନ୍ତି। ହୟାତ ଦେଶର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କୁ ଦେଶର ଶୀର୍ଷ ସମ୍ମାନ ତାମଘା ଇ ଇମତିଆଜ ମିଳିସାରିଛି। ଉଲ୍ଲେଖଥାଉ କି, ପାକିସ୍ତାନ ହକି ଫେଡେରେଶନ ଏବେ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଫେଡେରେଶନ ତା’ର ଦୌନିକ ଖର୍ଚ୍ଚ ନିର୍ବାହ ପାଇଁ କ୍ରୀଡ଼ା ମନ୍ତ୍ରଣାଳୟଠାରୁ ଆର୍ଥିକ ସହାୟତା ଲାଗି ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri