ପାକ୍‌ଠାରୁ ସ୍ବାଧୀନ ହେବାକୁ ସହାୟତା ଲୋଡ଼ିଲେ ବାଲୋଚ, ସିନ୍ଧି ସଙ୍ଗଠନ

ହ୍ୟୁଷ୍ଟନ,୨୩ା୯(ପି.ଟି.): ପାକିସ୍ତାନଠାରୁ ସ୍ବାଧୀନତା ପାଇବା ଲାଗି ବାଲୋଚ, ସିନ୍ଧି ଓ ପାସ୍ତୋ ସମ୍ପ୍ରଦାୟର ପ୍ରତିନିଧିମାନେ ହ୍ୟୁଷ୍ଟନର ଏନ୍‌ଆରଜି ଷ୍ଟାଡିୟମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିକ୍ଷୋଭ ପ୍ରଦର୍ଶନ ଲାଗି ଆମେରିକାର ବିଭିନ୍ନ ଅଞ୍ଚଳରୁ ଉପରୋକ୍ତ ସମ୍ପ୍ରଦାୟର ସଦସ୍ୟମାନେ ଶନିବାର ଶତାଧିକ ସଂଖ୍ୟାରେ ହ୍ୟୁଷ୍ଟନ୍‌ରେ ପହଞ୍ଚତ୍ଥିଲେ। ପାକ୍‌ ସରକାର ଉକ୍ତ ସମ୍ପ୍ରଦାୟର ମାନବାଧିକାର ଉଲ୍ଲଂଘନ କରିଥିବା ସେମାନେ ଉଲ୍ଲେଖ କରିଥିଲେ। ଆମେ ପାକିସ୍ତାନଠାରୁ ସ୍ବାଧୀନ ହେବାକୁ ଚାହୁଁଛୁ। ୧୯୭୧ରେ ବାଲାଂଦେଶକୁ ଭାରତ ଯେଭଳି ସହାୟତା କରିଥିଲା ସେମାନଙ୍କ ସ୍ବାଧୀନତା ପାଇଁ ଭାରତ ଓ ଆମେରିକା ସହାୟତା କରିବା ଆବଶ୍ୟକ ବୋଲି ବାଲୋଚ ଜାତୀୟ ଆନ୍ଦୋଳନର ଆମେରିକୀୟ ପ୍ରତିନିଧି ନବି ବକ୍ସ ବାଲୋଚ କହିଛନ୍ତି। ଏଥିପାଇଁ ସେମାନେ ମୋଦି ଓ ଟ୍ରମ୍ପ୍‌ଙ୍କ ସହାୟତା ନିମନ୍ତେ ଅନୁରୋଧ କରିବାକୁ ଆସିଛନ୍ତି। ଶତାଧିକ ସିନ୍ଧି ଆମେରିକୀୟ ହାଓଡି ମୋଦି କାର୍ଯ୍ୟକ୍ରମ ହେବାକୁ ଥିତ୍ବା ଏନ୍‌ଆରଜି ଷ୍ଟାଡିୟମ ବାହାରେ ବିକ୍ଷୋଭ କରିବାକୁ ଯୋଜନା କରିଥିଲେ। ସେମାନଙ୍କ ପୋଷ୍ଟର ଓ ବ୍ୟାନର ମୋଦି ଏବଂ ଟ୍ରମ୍ପ୍‌ଙ୍କ ଦୃଷ୍ଟି ଆକର୍ଷଣ କରିବ ବୋଲି ଉକ୍ତ ସମ୍ପ୍ରଦାୟ ଆଶାବାଦୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri