ପାକ୍‌ ରାଜନୈତିକ ଦଳଗୁଡ଼ିକୁ କୁରେଶୀଙ୍କ ଆହ୍ବାନ: କଶ୍ମୀର ପ୍ରସଙ୍ଗରେ ଏକ ହୁଅ

ଇସ୍‌ଲାମାବାଦ, ୧୩ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ସବୁ ରାଜନୈତିକ ଦଳ ଏକ ହେବାକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଆହ୍ବାନ କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରର ମୁରାଦାବାଦ୍‌ଠାରେ ଇଦ୍‌ ପାଳନ ଅବସରରେ ସେ ଯୋଗଦେଇ କହିଛନ୍ତି, କଶ୍ମୀର ପଛରେ ସାରା ପାକିସ୍ତାନ ଓ ଏହାର ସମସ୍ତ ରାଜନୈତିକ ନେତୃବୃନ୍ଦ ଅଛନ୍ତି। ଅଗଷ୍ଟ ୧୪ରେ କଶ୍ମୀର ସମର୍ଥନରେ ଏକ ପ୍ରତିଧ୍ୱନି ଶୁଣାଯିବ। ଏହି ଦିନକୁ କଶ୍ମୀର ଏକତା ଦିବସ ଭାବେ ପାକିସ୍ତାନ ପାଳନ କରିବ। ଭାରତ ୩୭୦ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ କରିବା ବିରୋଧରେ ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରାଯିବ ବୋଲି କୁରେଶୀ ପ୍ରକାଶ କରିଛନ୍ତି। ଏକାଠି ହେବା ପରିବର୍ତ୍ତେ ରାଜନୀତି କରାଗଲେ ସବୁ ବେକାର ହୋଇଯିବ ବୋଲି ସେ ସତର୍କ କରାଇଦେଇଛନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଆମକୁ ଏକହୋଇ ସ୍ବର ଉଠାଇବାକୁ ପଡ଼ିବ ବୋଲି କୁରେଶୀ କହିଛନ୍ତି। ପ୍ର୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅଗଷ୍ଟ ୧୪ରେ ପିଓକେ ଗସ୍ତ କରି ଏହାର ବିଧାନସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସୁରକ୍ଷା ପରିଷଦକୁ ନେବା ଲାଗି ପାକିସ୍ତାନ ସ୍ଥିର କରିଛି ଓ ଚାଇନା ଏଥିଲାଗି ପୂର୍ଣ୍ଣ ସମର୍ଥନ ଦେବ ବୋଲି କହିଥିବା କୁରେଶୀ ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri