ପାଚିକା, ସହାୟିକାଙ୍କ ବୈଠକ

ପାତ୍ରପୁର,୨୩ା୧୨(ଡି.ଏନ୍‌.ଏ.) -ପାତ୍ରପୁର ଦୁର୍ଗାଦେବୀ ମନ୍ଦିର ପ୍ରାଙ୍ଗଣରେ ରବିବାର ପାଚିକା, ସହାୟିକାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାତ୍ରପୁର ବ୍ଲକ ସମେତ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେତେକ ବିଦ୍ୟାଳୟର ପାଚିକା ଓ ସହାୟିକାମାନେ ଯୋଗ ଦେଇ ସେମାନଙ୍କର ବିଭିନ୍ନ ସମସ୍ୟା ଆଲୋଚନା କରିଥିଲେ। ପ୍ରତି ସପ୍ତାହରେ ମଣ୍ଡଳସ୍ତରୀୟ ଓ ପ୍ରତିମାସ ଶେଷ ରବିବାର ବ୍ଳକସ୍ତରୀୟ ବୈଠକ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପାଚିିକାମାନେ ମାତ୍ର ୧୪ ଶହ ଟଙ୍କା ପାଇ ଶହଶହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ରୋଷେଇ କରୁଛନ୍ତି। ଦରମା ବୃଦ୍ଧି ପାଇଁ ଦୀର୍ଘବର୍ଷ ହେଲା ଦାବି ହୋଇ ଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ଆଗାମୀ ଦିନରେ ବ୍ଲକ, ଜିଲା ଓ ରାଜ୍ୟସ୍ତରରେ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତିି ନିଆଯାଇଛି। ବୈଠକରେ ରାଜେଶ୍ୱରୀ ଦେବୀ, ସରସ୍ବତୀ ସାହୁ, ନମିତା ସାହୁ, ସନ୍ତୋଷିନୀ ମହାନ୍ତି, ଲକ୍ଷ୍ମୀ ବାଡ଼ତ୍ୟା, ଏସ୍‌ ବିଜୟା, କୁମାରୀ ସାହୁ, ଜି. କାବେରୀ ଆଚାରୀ, ଦିଗପହଣ୍ଡି ବ୍ଲକ ଭୀସ୍ମଗିରିରୁ ସରସ୍ବତୀ ବିଷୋୟୀ, ରେଣୁ ଗୌଡ଼, ଗୀତାଞ୍ଜଳି ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri