ଛତ୍ରପୁର,୧୬ା୨(ଡି.ଏନ.ଏ.) – ୧୨ ଦଫା ଦାବି ନେଇ ନିଖିଳ ଓଡିଶା ଏମ୍ଡିଏମ୍ ପାଚିକା, ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରାରମ୍ଭରେ ସ୍ଥାନୀୟ ଅପର ବସ୍ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ସଂଘ ଗଞ୍ଜାମ ଜିଲା ସଭାପତି ରାଜେନ୍ଦ୍ର କୁମାର ଦାସ, ଜିଲା ସମ୍ପାଦିକା ପି. ରେଣୁକା ଦୋରା, ଖଲ୍ଲିକୋଟ ବ୍ଲକ ସଭାପତି ସୁବାସ ଚନ୍ଦ୍ର ଜାନି, ସିପିଆଇ ଜିଲା ସମ୍ପାଦକ ପ୍ରକାଶ ପାତ୍ର, ଏଆଇୱାଇଏଫ୍ ରାଜ୍ୟ ସମ୍ପାଦକ ପ୍ରଦୀପ କୁମାର ସେଠୀ ପ୍ରମୁଖ ସାମିଲ ହୋଇଥିଲେ। ଦାବିଗୁଡିକ ମଧ୍ୟରେ ସର୍ବନିମ୍ନ ମଜୁରି ପ୍ରଦାନ, ଆଗରୁ ନିଯୁକ୍ତି ପାଇ କାର୍ଯ୍ୟ କରି ଆସୁଥିବା ପାଚିକାଙ୍କୁ ଚିହ୍ନଟ କରି ଅନ୍ୟ ସ୍କୁଲ ଗୁଡିକରେ ରୋଷେଇ କରିବା ପାଇଁ ଅନୁମତି, ନିର୍ଦ୍ଧିଷ୍ଟ ତାରିଖରେ ଭତ୍ତା ପ୍ରଦାନ, ଦୁର୍ଘଟଣା ଜନିତ କ୍ଷତିପୂରଣ ୫ ଲକ୍ଷ ଟଙ୍କା, ବର୍ଷକୁ ୧୨ ମାସ ଭତ୍ତା ଦେବା, ସାମାଜିକ ସୁରକ୍ଷା ସହ ପରିଚୟପତ୍ର ପ୍ରଦାନ, ବହିଷ୍କାର ହୋଇଥିବା ପାଚିକାମାନଙ୍କୁ ପୁନଃ ନିଯୁକ୍ତି, ଡ୍ରେସ୍ କୋଡ୍ ଲାଗୁ କରିବା, ମଧ୍ୟାହ୍ନ ଭୋଜନ ବ୍ୟତୀତ ଅନ୍ୟ କାର୍ଯ୍ୟରେ ନିୟୋଜିତ ନ କରିବା ଆଦି ରହିଛି।
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
Archives

